ଆଇପିଏଲ୍‌ ପୂର୍ବରୁ ନୂଆ ଲୁକ୍‌ରେ ଦେଖାଗଲେ କୋହଲି

ନୂଆଦିଲ୍ଲୀ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଲକ୍‌ ଡାଉନ୍‌ କାରଣରୁ ଗତ କିଛିଦିନ ହେବ ଘରେ ସମୟ ଅତିବାହିତ କରୁଛନ୍ତି। କିନ୍ତୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ କୋହଳ କରାଯିବା ପରେ କିଛି କ୍ରିକେଟର୍‌ ନିକଟରେ ସେମାନଙ୍କ ଅଭ୍ୟାସ ଆରମ୍ଭ କରିଦେଇଛନ୍ତି। ତେବେ ମୁମ୍ବାଇରେ କରୋନା ପ୍ରଭାବ ଅଧିକ ରହିଥିବାରୁ କୋହଲି ଅଭ୍ୟାସ ଆରମ୍ଭ ନ କରି ଘରେ ରହିବାକୁ ପସନ୍ଦ କରିଛନ୍ତି। ତେଣୁ ଆଇପିଏଲ୍‌-୧୩ ପୂର୍ବରୁ ନିଜକୁ ଫିଟ୍‌ ରଖିବାକୁ ୩୧ ବର୍ଷୀୟ ଏହି ଷ୍ଟାର୍‌ କ୍ରିକେଟର୍‌ ଘରେ ଜିମ୍‌ରେ ବହୁତ ସମୟ ବିତାଉଛନ୍ତି। ଯାହାର ଫଟୋ ମଧ୍ୟ ସେ ନିକଟ ଅତୀତରେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଦିଲ୍ଲୀ ଜନ୍ମିତ କୋହଲି କିନ୍ତୁ ନିଜର ଏକ ସଦ୍ୟତମ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଯାହାକୁ ନେଇ ଏବେ ବେଶ୍‌ ଚର୍ଚ୍ଚା। ଏହି ଫଟୋରେ ଦେଖାଯାଇଛି ଯେ, କୋହଲିଙ୍କ ଦାଢ଼ି ବଢ଼ିଯାଇଥିବାବେଳେ ସେଥିରୁ କିଛି ଅଂଶ ପାଚିଯାଇଛି। ‘ଭଲ ଟ୍ରେନିଂ ସେସନ ମୋତେ ଖୁସି ଦେଇଛି’ ବୋଲି ଏହି ଫଟୋ ତଳେ ସେ କ୍ୟାପସନ୍‌ରେ ଉଲ୍ଲେଖ କରିଛନ୍ତି। ଏହି ନୂଆ ଲୁକ୍‌ରେ କୋହଲି ବହୁତ ଆକର୍ଷଣୀୟ ଦେଖାଯାଉଛନ୍ତି। ପ୍ରଶଂସକ ମଧ୍ୟ ତାଙ୍କର ଏହି ଫଟୋକୁ ବେଶ୍‌ ପସନ୍ଦ କରିଛନ୍ତି। ଏଠାରେ ପ୍ରକାଶଯୋଗ୍ୟ, ଚଳିତ ବର୍ଷ ଆଇପିଏଲ୍‌ ସେପ୍ଟେମ୍ବର ୧୮ରୁ ୟୁଏଇରେ ଆରମ୍ଭ ହେବ। ଏଥିରେ ଭାଗ ନେବା ଲାଗି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ କୋହଲି ସାଥୀ ଖେଳାଳିଙ୍କୁ ସହ ଆସନ୍ତା ସପ୍ତାହରେ ୟୁଏଇରେ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri