Posted inଖେଳ

ଅଧିନାୟକ କୋହଲି ପିଅନ୍ତି ଫ୍ରାନ୍ସରୁ ଆସୁଥିବା ଏହି ବୋତଲ ପାଣି: ଲିଟର ପିଛା ଦାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଭାରତୀୟ ଅଧିନାୟକ ବିରାଟ କୋହଲି ନିଜର ଫିଟ୍‌ନେସକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏହାକୁ ନେଇ ସେ ଅନ୍ୟ କ୍ରିକେଟରଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କୋହଲିଙ୍କ ଫିଟ୍‌ନେସ୍‌ ପଛରେ ଏକ ଗୁପ୍ତ କଥା ରହିଛି। ସେଇଟି ହେଲା ସେ ସର୍ବଦା ଇବିଏନ୍‌ ନାମକ କମ୍ପାନୀର ପାଣି ପିଇଥାନ୍ତି। ଏହି ପାଣି ବୋତଲ ଫ୍ରାନ୍ସରୁ ସ୍ବତନ୍ତ୍ର ଭାବେ ଆମଦାନୀ ହୋଇଥାଏ। ଏହା ଲିଟର ପିଛା ୬୦୦ ଟଙ୍କାରେ ଆସେ।

ବିରାଟ ବଟର୍‌ ଚିକେନ, କାଠି ରୋଲ ଏବଂ ମଟନ ରୋଲ ମଧ୍ୟ ଖାଇବାକୁ ଭଲ ପାଆନ୍ତି। ହେଲେ ଏବେ ସେ ଡାଏଟ୍‌ ପ୍ଲାନକୁ ଭଲ ଭାବେ ଫଲୋ କରନ୍ତି। ସେ ଅତିଥି ଭାବେ କାହା ଘରକୁ ଗଲେ ମଧ୍ୟ ପ୍ୟାକେଟରେ ଥିବା ଫଳରସ ପିଇ ନ ଥାନ୍ତି। ତାଙ୍କ ପାଇଁ ତାଜା ଫଳରସ ପ୍ରସ୍ତୁତ କରାଯାଏ।

ଏସବୁକୁ ଦେଖିଲେ କ୍ୟାପ୍‌ଟେନ୍‌ ଭାବେ ସେ ନିଜକୁ ସର୍ବଦା ଫିଟ୍‌ ରଖିବାକୁ କେତେ ଚେଷ୍ଟିତ ତାହା ଜଣାପଡେ। କାରଣ ଗୋଟିଏ ଦିନ କିମ୍ବା ଦୁଇ ଦିନ ନୁହେଁ ବର୍ଷ ବର୍ଷ ଧରି ସେ ଏହାକୁ ଜୀବନଶୈଳୀରେ ପରିଣତ କରିଦେଇଛନନ୍ତି। ସେ ଏବେ ଗ୍ରିଲ୍ଡ ଏବଂ ସିଝା ଖାଦ୍ୟ ଖାଉଛନ୍ତି। ବିନା ଚିନିରେ କଫି ସହ ତାଜା ଫଳରସ ତାଙ୍କ ଦୈନିକ ଖାଦ୍ୟପେୟରେ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri