ଖରାରେ କଠିନ ଅଭ୍ୟାସ ପରେ ଆଇସ୍‌ ବାଥ୍‌ର ମଜା ନେଲେ କୋହଲି

ଦୁବାଇ, ୩।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି। ବିଶ୍ୱର ଏହି ବ୍ୟୟ ବହୁଳ ଟି୨୦ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବା ଲାଗି ସମସ୍ତ ୮ଟି ଫ୍ରାଞ୍ଚାଇଜ ୟୁଏଇରେ ପହଞ୍ଚି ଟ୍ରେନିଂ ଆରମ୍ଭ କରିସାରିଛନ୍ତି। ଏହି ଅବସରରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳ ମଧ୍ୟ ଟ୍ରେନିଂ ସେସନ ଆରମ୍ଭ କରିଛନ୍ତି। ୟୁଏଇର କଠିନ ଉଷ୍ଣ ପରିବେଶରେ ଅଭ୍ୟାସ କରୁଥିବାର କିଛି ଫଟୋ କୋହଲି ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଟୁଇଟର୍‌ରେ ପୋଷ୍ଟ କରି ଦେଇଛନ୍ତି। ଯେଉଁଥିରେ କୋହଲି ନେଟ୍ସରେ ବ୍ୟାଟିଂ ଅଭ୍ୟାସ କରିବା ସହ ସାଥୀ ଖେଳାଳିଙ୍କ ସହିତ ଫୁଟ୍‌ବଲ ଖେଳୁଥିବାର ଦେଖିବାକୁ ମିଳିଛି। ସେହିଭଳି ଆଉ ଏକ ଫଟୋ ଛାଡ଼ିଛନ୍ତି, ଯେଉଁଥିରେ ସେ ଖରାରେ ଅଭ୍ୟାସ କରି ଆସିବା ପରେ ବରଫ ଭର୍ତ୍ତି ପାଣିରେ ଗାଧୋଇବାର ମଜା ନେଉଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ସୀମିତ ଓଭର ସିରିଜ ଶେଷ ହେବାପରେ ଏହି ୨ ଦେଶର କିଛି ଖେଳାଳି ଆଇପିଏଲ୍‌ର ବିଭିନ୍ନ ଫ୍ରାଞ୍ଚାଇଜ୍‌ରେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri