Posted inଖେଳ

ଅନୁଷ୍କାଙ୍କ ପୂର୍ବରୁ ଏହି ଯୁବତୀଙ୍କୁ ମନ ଦେଇ ବସିଥିଲେ ବିରାଟ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଖୁସିରେ ବୈବାହିକ ଜୀବନ ବିତାଉଛନ୍ତି। ନିକଟରେ ଏହି ଦମ୍ପତି ଏକ ଶିଶୁ କନ୍ୟା ମାତାପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। କିନ୍ତୁ ଅନୁଷ୍କା ଶର୍ମାଙ୍କ ସହ ଗଣ୍ଠି ବାନ୍ଧିବା ପୂର୍ବରୁ କୋହଲି ବ୍ରାଜିଲର ମଡେଲ ତଥା ଅଭିନେତ୍ରୀ ଇଜାବେଲ ଲେଟଙ୍କ ସମେତ ଅନ୍ୟ କିଛି ଯୁବତୀଙ୍କୁ ଡେଟ କରୁଥିବା ଚର୍ଚ୍ଚା ହୋଇଥିଲା। ଇଜାବେଲଙ୍କ କୋହଲିଙ୍କ ପ୍ରେମ ସମ୍ପର୍କ ଅନେକ ଦିନ ଧରି ଚର୍ଚ୍ଚାରେ ଥିଲା। ଉଭୟ ପ୍ରାୟ ଦୁଇ ବର୍ଷ ଧରି ପରସ୍ପରକୁ ଡେଟ କରିଥିଲେ। ଇଜାବେଲ ବ୍ରାଜିଲର ଜଣେ ଲୋକପ୍ରିୟ ମଡେଲ। ସେ ଅନେକ ବଲିଉଡ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। ବଲିଉଡରେ ଇଜାବେଲ୍‌ଙ୍କ ପ୍ରଥମ ଚଳଚ୍ଚିତ୍ର ଥିଲା ଅମିର ଖାନଙ୍କ ‘ତଲାଶ’। ଏହି ଚଳଚ୍ଚିତ୍ର ୨୦୧୨ରେ ମୁକ୍ତିଲାଭ କରିଥିଲା। ଖବର ଅନୁଯାୟୀ, ବିରାଟ କୋହଲି ଏବଂ ଇଜାବେଲ ପରସ୍ପରକୁ ୨୦୧୨ ରୁ ୨୦୧୪ ପର୍ଯ୍ୟନ୍ତ ଦୁଇ ବର୍ଷ ପାଇଁ ଡେଟ କରିଥିଲେ। କିନ୍ତୁ ଦୁହେଁ କେବେ ବି ସେମାନଙ୍କ ସମ୍ପର୍କକୁ ସର୍ବସାଧାରଣରେ ପ୍ରକାଶ କରି ନ ଥିଲେ କିନ୍ତୁ ୨୦୧୩ରେ ଉଭୟଙ୍କୁ ଏକ ହୋଟେଲ ବାହାରେ ଏକାଠି ଦେଖାଯାଇଥିଲା। ବ୍ରେକଅପ ପରେ ଇଜାବେଲ ଏକ ସାକ୍ଷାତକାରରେ କୋହଲିଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ସେ କହିଥିଲେ, ହଁ, ଆମେ ଦୁଇ ବର୍ଷ ଧରି ସମ୍ପର୍କ ସ୍ଥାପନ କରିଥିଲୁ। ଏହି ସମ୍ପର୍କ ପାରସ୍ପରିକ ସହମତି ସହ ସମାପ୍ତ ହୋଇଥିଲା। ଇଜାବେଲଙ୍କ ସହ ସମ୍ପର୍କ ଶେଷ କରିବା ପରେ ବିରାଟ କୋହଲି ଅନୁଷ୍କା ଶର୍ମାଙ୍କୁ ଡେଟିଂ ଆରମ୍ଭ କରିଥିଲେ। କୋହଲି ଏବଂ ଅନୁଷ୍କା ୧୧ ଡିସେମ୍ବର ୨୦୧୭ରେ ଇଟାଲୀରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri