Posted inଖେଳ

୧୦୦ତମ ଟେଷ୍ଟରେ ଶତକ ମାରନ୍ତୁ ବୋଲି ପ୍ରାର୍ଥନା

ନୂଆଦିଲ୍ଲୀ,୧।୩: ଶ୍ରୀଲଙ୍କା ବିପକ୍ଷରେ ମୋହାଲିରେ ମାର୍ଚ୍ଚ ୪ରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳିବ ଭାରତ। ଏହା ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ଏହା ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍‌। ବିରାଟଙ୍କ ବ୍ୟତିତ ତାଙ୍କ ପ୍ରଶଂସକମାନେ ଏହି ମୁକାବିଲାକୁ ଅପେକ୍ଷା କରି ରହିଛନ୍ତି। ଶତକ ହାସଲ କରି ବିରାଟ ଏହି ଦିନକୁ ସ୍ମରଣୀୟ କରିଦିଅନ୍ତୁ ବୋଲି ପ୍ରଶଂସକ ଚାହୁଁଛନ୍ତି।

ଶେଷଥର ପାଇଁ ୨୦୧୯ ନଭେମ୍ବର ୨୨ରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଦିବାରାତ୍ର ମ୍ୟାଚ୍‌ରେ ଶତକ ମାରିଥିଲେ ବିରାଟ। ତାଙ୍କ ଟେଷ୍ଟ କ୍ୟାରିୟରର ଏହା ୨୭ତମ ଶତକ ଥିଲା। ଏହାପରଠାରୁ ଖରାପ ଫର୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି ସେ। ଗତ ତିନି ବର୍ଷ ଧରି ତାଙ୍କ ବ୍ୟାଟ୍‌୍‌ରୁ ଶତକ ବାହାରି ନାହିଁ। ଏପରି ସ୍ଥିତିରେ ପୁଣି ଥରେ ସେ ନିଜ ଫର୍ମକୁ ଫେରି ଶତକ ହାସଲ କରନ୍ତୁ ବୋଲି ପ୍ରଶଂସକମାନେ ପ୍ରାର୍ଥନା କରୁଥିବା ଦେଖାଯାଇଛି।

ଏଯାବତ ବିରାଟ ମୋଟ ୭୦ ଅନ୍ତର୍ଜାତୀୟ ଶତକ ମାରିଛନ୍ତି। ଏଥିରେ ୪୩ ଦିନିକିଆ ଶତକ ରହିଥିବା ବେଳେ ସେ ସର୍ବାଧିକ ଶତକ ମାରିଥିବା କ୍ରିକେଟର ତାଲିକାରେ ସେ ତୃତୀୟ ସ୍ଥାନରେ ଅଛନ୍ତି। ଏହି ତାଲିକା ଶୀର୍ଷରେ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର(୧୦୦ ଶତକ) ଏବଂ ଦ୍ୱିତୀୟ ସ୍ଥାନରେ ଅଷ୍ଟ୍ରେଲିଆର ପୂର୍ବ ଅଧିନାୟକ ରିକି ପଣ୍ଟିଂ(୭୧) ଅଛନ୍ତି। ଯଦି ବିରାଟ ମୋହାଲି ଟେଷ୍ଟରେ ଶତକ ମାରିବାରେ ସଫଳ ହୁଅନ୍ତି ତେବେ ସେ ରିକି ପଣ୍ଟିଂଙ୍କ ରେକର୍ଡର ସମକକ୍ଷ ହୋଇଯିବେ। ଏହାଛଡ଼ା ଏହି ଉପଲବ୍ଧି ହାସଲ କରିଥିବା ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ସେ ପାଲଟିବେ। ସାରା ବିଶ୍ୱରେ ମୋଟ ୭୦ ଖେଳାଳି ୧୦୦ତମ ଟେଷ୍ଟ ଖେଳିଥିବା ବେଳେ କେବଳ ୯ଜଣ ଏଥିରେ ଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?