Posted inଖେଳ

ପଡ଼ିଆରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କ ସହ କୋହଲିଙ୍କ ଯୁକ୍ତିତର୍କ: କହିଲେ, ପାଟି ବନ୍ଦ କରି ବ୍ୟାଟିଂ କର

ଲଣ୍ଡନ,୩।୭:ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ ଝଗଡା କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଙ୍ଗଭଙ୍ଗୀରେ ପାଟି ବନ୍ଦ କରି ବ୍ୟାଟିଂ କରିବାକୁ କୋହଲି ତାଙ୍କୁ କହିଥିଲେ। ବିରାଟଙ୍କ ଆକ୍ରମଣାତ୍ମକ ଶୈଳୀ ଦେଖିରେ ବେୟାରଷ୍ଟୋ ମଧ୍ୟ ରାଗି ଯାଇଥିଲେ।
ଏହି ଘଟଣା ୩୨ତମ ଓଭରରେ ଘଟିଥିଲା। ମହମ୍ମଦ ଶାମି ବୋଲିଂ କରୁଥିଲେ। ଶାମିଙ୍କ ବଲରେ ବେୟାରଷ୍ଟୋ କିଛିଟା ଅସୁବିଧା ଅନୁଭବ କରୁଥିବା ନଜର ଆସିଥିଲେ। କୋହଲି ସ୍ଲିପ୍ସରେ ଠିଆ ହୋଇଥିଲେ। ସେଠାରୁ ସେ ସ୍ଲେଜିଂ ଆରମ୍ଭ କଲେ। ଶୁଭମନ ଗିଲ ମଧ୍ୟ କୋହଲିଙ୍କୁ ସମର୍ଥନ କରୁଥିଲେ। ବିରାଟ କହିଥିଲେ – ଜନି ବେୟାରଷ୍ଟୋ ପଡ଼ିଆରେ ଥିବା ବଲ ବ୍ୟତୀତ ସବୁକିଛି ଦେଖିପାରିବେ।
କୋହଲିଙ୍କ ଏହି କଥାଶୁଣି ବେୟାରଷ୍ଟୋ ରାଗି ଯାଇଥିଲେ। ସେ ବିରାଟଙ୍କୁ ପାଟି ବନ୍ଦ ରଖିବାକୁ କହିଥିଲେ। ଏହାପରେ ମାମଲା ଅଧିକ ବଢିଯାଇଥିଲା। କୋହଲି ତାଙ୍କ ପାଖରେ ପହଞ୍ଚିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହି ସମୟରେ ଅମ୍ପାୟାର ସେଠାରେ ପହଞ୍ଚି ମାମଲାକୁ ଶାନ୍ତ କରିଥିଲେ। ସ୍ଲିପ ଆଡକୁ ଯାଉଥିବାବେଳେ କୋହଲି ପାଟିର ଆଙ୍ଗୁଠି ରଖିଥିଲେ ଏବଂ ପାଟି ବନ୍ଦ ରଖିବା ପାଇଁ ବେୟାରଷ୍ଟୋକୁ ସଙ୍କେତ ଦେଇଥିଲେ।
ଟିମ ଇଣ୍ଡିଆର ଅଧିନାୟକ ଏବେ ଜଶପ୍ରୀତ ବୁମରା ଅଛନ୍ତି, କିନ୍ତୁ କୋହଲି ପଡ଼ିଆରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଫିଲ୍ଡିଂ ସମୟରେ ବୁମରା ଅନେକ ଥର ଅସୁବିଧାର ସମ୍ମୁଖୀନ ହୋଇଥିଲେ। କୋହଲି ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସୁଥିଲେ। ବୁମ୍‌ରା ନିଜେ କୋହଲିଙ୍କ ନିକଟକୁ ଯାଇ ଅନେକ ଥର ଆଲୋଚନା କରୁଥିବା ଦେଖିବାକୁ ମିଳିଥିଲା। ବୋଲିଂ ପରିବର୍ତ୍ତନ ଠାରୁ ଆରମ୍ଭ କରି ଫିଲ୍ଡିଂ ସେଟିଂ ପର୍ଯ୍ୟନ୍ତ କୋହଲି ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri