Posted inଖେଳ

କାହିଁକି ଇଂଲଣ୍ଡରେ ଥିଲେ ବିରାଟ କୋହଲି ? ଶେଷରେ ଖୋଲିଲେ ମୁହଁ

ପର୍ଥ,୧୯ା୧: କ୍ରିକେଟ ଜଗତର ମହାନାୟକ ବିରାଟ କୋହଲି ରବିବାର ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତୀୟ ଦଳକୁ ଫେରିଛନ୍ତି। ପର୍ଥରେ ଟସ୍ ପୂର୍ବରୁ ପୂର୍ବତନ ଭାରତୀୟ ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ଓ ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଆଡାମ ଗିଲକ୍ରିଷ୍ଟଙ୍କ ସହ ଏକ ସାକ୍ଷାତକାରରେ କୋହଲି ନିଜର ଟେଷ୍ଟ ଓ ଟି-୨୦ ଫର୍ମାଟରୁ ଅବସର, ଇଂଲଣ୍ଡରେ ପରିବାର ସହ ବିତାଇଥିବା ସମୟ ଓ ଭବିଷ୍ୟତ ଯୋଜନା ବିଷୟରେ ଖୋଲାଖୋଲି ଆଲୋଚନା କରିଛନ୍ତି।

ଗତ ଚାରି-ପାଞ୍ଚ ମାସ ବିଷୟରେ ପଚରାଯିବାରୁ କୋହଲି କହିଛନ୍ତି, ସେ ଏହି ସମୟ ଇଂଲଣ୍ଡରେ ପତ୍ନୀ ଅନୁଷ୍କା ଶର୍ମା ଓ ପିଲାଙ୍କ ସହ ବିତାଇଛନ୍ତି। ଆଇପିଏଲ୍ ୨୦୨୫ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳିବା ପରେ ସେ ସିଧାସଳଖ ଇଂଲଣ୍ଡ ଯାଇଥିଲେ ଏବଂ ଅଷ୍ଟ୍ରେଲିଆ ଯାତ୍ରା ପୂର୍ବରୁ ଭାରତ ଫେରିଥିଲେ। ସେ କହିଛନ୍ତି, “ବହୁ ବର୍ଷ ପରେ ପରିବାର ଓ ପିଲାଙ୍କ ସହ କ୍ୱାଲିଟି ସମୟ ବିତାଇବାର ସୁଯୋଗ ପାଇଛି। ଏହା ଏକ ସୁନ୍ଦର ଅନୁଭୂତି ଥିଲା। ମୁଁ ଏବେ ସତେଜ ଅନୁଭବ କରୁଛି, ନେଟ୍‌ରେ ଭଲ ବ୍ୟାଟିଂ ଓ ଫିଲ୍ଡିଂ କରୁଛି।”

ଗତ ୧୫ ବର୍ଷରେ ସର୍ବାଧିକ ଆନ୍ତର୍ଜାତୀୟ ମ୍ୟାଚ ଖେଳିଥିବା କୋହଲି ଟେଷ୍ଟ ଓ ଟି-୨୦ରୁ ଅବସର ନେବା ନିଷ୍ପତ୍ତିକୁ ନ୍ୟାୟସଙ୍ଗତ କହିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ନିଜର ସଫଳତା ବିଷୟରେ ସେ କହିଛନ୍ତି, “ପିଲାଦିନେ ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହୱାଗଙ୍କୁ ଅଷ୍ଟ୍ରେଲିଆର କଠିନ ପରିସ୍ଥିତିରେ ଖେଳୁଥିବା ଦେଖି ମୋତେ ମଧ୍ୟ ଏହି ଦେଶରେ ଭଲ ପ୍ରଦର୍ଶନ କରିବାର ପ୍ରେରଣା ମିଳିଥିଲା।”

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri