Posted inଖେଳ

କାହିଁକି ଇଂଲଣ୍ଡରେ ଥିଲେ ବିରାଟ କୋହଲି ? ଶେଷରେ ଖୋଲିଲେ ମୁହଁ

ପର୍ଥ,୧୯ା୧: କ୍ରିକେଟ ଜଗତର ମହାନାୟକ ବିରାଟ କୋହଲି ରବିବାର ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତୀୟ ଦଳକୁ ଫେରିଛନ୍ତି। ପର୍ଥରେ ଟସ୍ ପୂର୍ବରୁ ପୂର୍ବତନ ଭାରତୀୟ ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ଓ ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଆଡାମ ଗିଲକ୍ରିଷ୍ଟଙ୍କ ସହ ଏକ ସାକ୍ଷାତକାରରେ କୋହଲି ନିଜର ଟେଷ୍ଟ ଓ ଟି-୨୦ ଫର୍ମାଟରୁ ଅବସର, ଇଂଲଣ୍ଡରେ ପରିବାର ସହ ବିତାଇଥିବା ସମୟ ଓ ଭବିଷ୍ୟତ ଯୋଜନା ବିଷୟରେ ଖୋଲାଖୋଲି ଆଲୋଚନା କରିଛନ୍ତି।

ଗତ ଚାରି-ପାଞ୍ଚ ମାସ ବିଷୟରେ ପଚରାଯିବାରୁ କୋହଲି କହିଛନ୍ତି, ସେ ଏହି ସମୟ ଇଂଲଣ୍ଡରେ ପତ୍ନୀ ଅନୁଷ୍କା ଶର୍ମା ଓ ପିଲାଙ୍କ ସହ ବିତାଇଛନ୍ତି। ଆଇପିଏଲ୍ ୨୦୨୫ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳିବା ପରେ ସେ ସିଧାସଳଖ ଇଂଲଣ୍ଡ ଯାଇଥିଲେ ଏବଂ ଅଷ୍ଟ୍ରେଲିଆ ଯାତ୍ରା ପୂର୍ବରୁ ଭାରତ ଫେରିଥିଲେ। ସେ କହିଛନ୍ତି, “ବହୁ ବର୍ଷ ପରେ ପରିବାର ଓ ପିଲାଙ୍କ ସହ କ୍ୱାଲିଟି ସମୟ ବିତାଇବାର ସୁଯୋଗ ପାଇଛି। ଏହା ଏକ ସୁନ୍ଦର ଅନୁଭୂତି ଥିଲା। ମୁଁ ଏବେ ସତେଜ ଅନୁଭବ କରୁଛି, ନେଟ୍‌ରେ ଭଲ ବ୍ୟାଟିଂ ଓ ଫିଲ୍ଡିଂ କରୁଛି।”

ଗତ ୧୫ ବର୍ଷରେ ସର୍ବାଧିକ ଆନ୍ତର୍ଜାତୀୟ ମ୍ୟାଚ ଖେଳିଥିବା କୋହଲି ଟେଷ୍ଟ ଓ ଟି-୨୦ରୁ ଅବସର ନେବା ନିଷ୍ପତ୍ତିକୁ ନ୍ୟାୟସଙ୍ଗତ କହିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ନିଜର ସଫଳତା ବିଷୟରେ ସେ କହିଛନ୍ତି, “ପିଲାଦିନେ ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହୱାଗଙ୍କୁ ଅଷ୍ଟ୍ରେଲିଆର କଠିନ ପରିସ୍ଥିତିରେ ଖେଳୁଥିବା ଦେଖି ମୋତେ ମଧ୍ୟ ଏହି ଦେଶରେ ଭଲ ପ୍ରଦର୍ଶନ କରିବାର ପ୍ରେରଣା ମିଳିଥିଲା।”

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?