କୋହଲିଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା; କାହିଁକି ଜାଣନ୍ତୁ…

ଦୁବାଇ, ୨୫।୯: ଆଇପିଏଲ୍‌-୧୩ତମ ସଂସ୍କରଣର ୬ଷ୍ଠ ମୁକାବିଲାରେ ଗୁରୁବାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୯୭ ରନର ବୃହତ୍‌ ବ୍ୟବଧାନରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ନିକଟରୁ ପରାସ୍ତ ହୋଇଥିଲା। ମ୍ୟାଚ୍‌ରେ ବିରାଟ ବ୍ୟାଟିଂରେ ବିଫଳ ହୋଇଥିବାବେଳେ ତାଙ୍କ ଅଧିନାୟକତ୍ୱକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେହିଭଳି ଶତକ ହାସଲକାରୀ ଲୋକେଶ ରାହୁଲଙ୍କ ଏକ କ୍ୟାଚ୍‌ ମଧ୍ୟ କୋହଲି ଡ୍ରପ୍‌ କରିଥିଲେ। କେବଳ ଏତିକିରେ କୋହଲିଙ୍କ ସମସ୍ୟା ଦୂର ହୋଇ ନ ଥିଲା। ଏହି ମ୍ୟାଚ୍‌ରେ ‘ସ୍ଲୋ ଓଭର ରେଟ୍‌’ ବୋଲିଂ ଲାଗି ବାଙ୍ଗାଲୋର ଅଧିନାୟକ ବିରାଟଙ୍କ ଉପରେ ଅର୍ଥଦଣ୍ଡ ଲାଗିଛି। ନିର୍ଦ୍ଧାରିତ ସମୟରେ ୨୦ ଓଭର ବୋଲିଂ କରିପାରି ନ ଥିବା ଯୋଗୁ ଅଧିନାୟକ ଭାବେ କୋହଲିଙ୍କୁ ୧୨ ଲକ୍ଷ ଟଙ୍କାର ଜରିମାନା କରାଯାଇଛି। ସ୍ଲୋ ଓଭର ଲାଗି ପଞ୍ଜାବ ଇନିଂସ ବହୁ ବିଳମ୍ବରେ ଶେଷ ହୋଇଥିଲା। ଆଇପିଏଲ୍‌ ନିୟମ ଅନୁଯାୟୀ ନିର୍ଦ୍ଧାରିତ ସମୟରେ ବୋଲିଂ ଶେଷ କରି ନ ପାରିଲେ ବୋଲିଂ ଦଳର ଅଧିନାୟକଙ୍କ ଉପରେ ଜରିମାନା କରାଯାଇଥାଏ। ଆଇପିଏଲ୍‌ର ଚଳିତ ତ୍ରୟୋଦଶ ସଂସ୍କରଣରେ ପ୍ରଥମଥର ଲାଗି କୌଣସି ଅଧିନାୟକଙ୍କ ଉପରେ ‘ସ୍ଲୋ ଓଭର ରେଟ୍‌’ ବୋଲିଂ ଲାଗି ଜରିମାନା କରାଯାଇଛି। ଉଲ୍ଲେଖଯୋଗ୍ୟ, ଯଦି କୋହଲି ଲଗାତର ଏହି ଭୁଲ ଦୋହରାଇବେ ତେବେ ତାଙ୍କୁ ଦଣ୍ଡ ସ୍ବରୂପ ପରବର୍ତ୍ତୀ ମ୍ୟାଚ୍‌ରୁ ବାସନ୍ଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri