Posted inଖେଳ

ଖାସ୍‌ ମେସେଜ୍‌ ଦେଲେ ବିରାଟ କୋହଲି

ପ୍ୟାରିସ,୧୫।୭: ପ୍ୟାରିସରେ ଅନୁଷ୍ଠିତ ହେବାକୁ ଥିବା ଅଲିମ୍ପିକ୍ସ ୨୦୨୪ ଜୁଲାଇ ୨୬ରୁ ଆରମ୍ଭ ହେବ। କ୍ରୀଡ଼ାର ଏହି ମହାକୁମ୍ଭ ପାଇଁ ସମସ୍ତେ ଉତ୍ସାହିତ ଦେଖାଯାନ୍ତି। ଉତ୍ସାହିତ ଲୋକଙ୍କ ମଧ୍ୟରେ ବିରାଟ କୋହଲିଙ୍କ ନାମ ମଧ୍ୟ ଯୋଡା ଯାଇଛି। ବିରାଟ କୋହଲି ସୋସିଆଲ ମିଡିଆ ମାଧ୍ୟମରେ ଏକ ଭିଡିଓ ଶେୟାର କରି ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ଆଥଲେଟମାନଙ୍କୁ ଏକ ବିଶେଷ ବାର୍ତ୍ତା ଦେଇଛନ୍ତି। କିଙ୍ଗ କୋହଲି ଅଧିକ ସ୍ବର୍ଣ୍ଣ, ରୌପ୍ୟ ଏବଂ ବ୍ରୋଞ୍ଜ ପଦକ ଆଣିବା ବିଷୟରେ କହିଥିଲେ।
କୋହଲି ଭିଡିଓରେ କହିଛନ୍ତି, ଇଣ୍ଡିଆ। ଭାରତ। ହିନ୍ଦୁସ୍ତାନ। ଏପରି ଏକ ସମୟ ଥିଲା, ଯେତେବେଳେ ଭାରତକୁ କେବଳ ସାପ ତଥା ହାତୀର ଦେଶ ଭାବରେ ଦେଖାଯାଉଥିଲା। ସମୟ ସହିତ ଏହା ବଦଳିଛି। ଆଜି ଆମେ ସର୍ବବୃହତ ଗଣତାନ୍ତ୍ରିକ ଦେଶ, ଗ୍ଲୋବାଲ ଟେକ ହବ, ବଲିଉଡ, ଷ୍ଟାର୍ଟଅପ ୟୁନିକର୍‌ ଏବଂ ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଭାବରେ ଉଭା ହୋଇଛୁ।
କୋହଲି ଆହୁରି କହିଛନ୍ତି, ବର୍ତ୍ତମାନ ଏହି ମହାନ ଦେଶ ପାଇଁ ବଡ କଥା ଆଉ କ’ଣ ହୋଇପାରେ? ଅଧିକ ସ୍ବର୍ଣ୍ଣ, ରୌପ୍ୟ ଏବଂ ବ୍ରୋଞ୍ଜ ହେବ। ଆମର ଭାଇ ଓ ଭଉଣୀମାନେ ପ୍ୟାରିସ ଯାଇଛନ୍ତି ଏବଂ ପଦକ ପାଇଁ ଭୋକିଲା ଅଛନ୍ତି। ଆମ କୋଟି କୋଟି ଲୋକ ଦେଖିବେ। ଭାରତର ପ୍ରତ୍ୟେକ କୋଣରେ ଇଣ୍ଡିଆ…ଇଣ୍ଡିଆ… ଶୁଭିବ। ଶେଷରେ କୋହଲି ଭାରତକୁ ‘ଶୁଭକାମନା’ କହିଛନ୍ତି।
ସୂଚନାଯୋଗ୍ୟ, ଭାରତୀୟ ଆଥଲେଟ୍‌ମାନେ ପ୍ୟାରିସ ଅଲିମ୍ପିକ୍ସରେ ପତାକା ଉତ୍ତୋଳନ କରିବାକୁ ପ୍ରସ୍ତୁତ ଥିବା ଦେଖାଯାଉଛି। ଏହାପୂର୍ବରୁ ୨୦୨୦ରେ ଆୟୋଜିତ ଟୋକିଓ ଅଲିମ୍ପିକ୍ସରେ ଭାରତ ୭ଟି ପଦକ ଜିତିଥିଲା, ସେଥିମଧ୍ୟରୁ ଗୋଟିଏ ସ୍ବର୍ଣ୍ଣ ପଦକ ଥିଲା। ଏହା ବ୍ୟତୀତ ୨ଟି ରୌପ୍ୟ ଏବଂ ୪ଟି ବ୍ରୋଞ୍ଜ ପଦକ ଅନ୍ତର୍ଭୁକ୍ତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri