କୋହଲିଙ୍କଠାରୁ ସ୍ବତନ୍ତ୍ର ଉପହାର ପାଇଲେ ରାହୁଲ

ଆବୁଧାବି, ୪।୧୦: ଚଳିତ ଆଇପିଏଲ୍‌ର ୧୫ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ୮ ଉଇକେଟ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ବାଙ୍ଗାଲୋରର ଏହା ଚଳିତ ସିଜନରେ ୩ୟ ବିଜୟ ଥିଲା। ଏହି ବିଜୟ ସହ ଆର୍‌ସିବି ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନକୁ ଉଠିଛି। ମ୍ୟାଚ୍‌ ଶେଷ ହେବା ପରେ କୋହଲି ରାଜସ୍ଥାନ ଅଲ୍‌ରାଉଣ୍ଡର ରାହୁଲ ଟଓ୍ବୋତିଆଙ୍କୁ ଏକ ସ୍ବତନ୍ତ୍ର ଉପହାର ପ୍ରଦାନ କରିଥିଲେ। ଯାହାକୁ ନେଇ ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଚର୍ଚ୍ଚା।

ଜିତି ସାରିଲା ପରେ କୋହଲି ନିଜର ଜର୍ସିରେ ଦସ୍ତଖତ କରି ଏହାକୁ ରାହୁଲଙ୍କୁ ପ୍ରଦାନ କରିଥିଲେ। ରାହୁଲଙ୍କୁ କୋହଲି ଜର୍ସି ପ୍ରଦାନ କରୁଥିବାର ଏକ ଫଟୋକୁ ଆଇପିଏଲ୍‌ ପକ୍ଷରୁ ଏହାର ଟୁଇଟର୍‌ ଆକାଉଣ୍ଟରେ ଶେୟାର କରାଯାଇଛି। ଏଠାରେ ଉଲ୍ଲେଖଯୋଗ୍ୟ, ଲେଗ୍‌-ସ୍ପିନ ଅଲ୍‌ରାଉଣ୍ଡର ରାହୁଲ କିଙ୍ଗ୍ସ ଇଲେଭେନ ପଞ୍ଜାବ ବିପକ୍ଷ ମ୍ୟାଚ୍‌ରେ ରାତାରାତି ଚର୍ଚ୍ଚାକୁ ଆସିଥିଲେ। ଏହି ମ୍ୟାଚ୍‌ରେ ସେ ପଞ୍ଜାବ ଦ୍ରୁତ ବୋଲର ସେଲଡନ୍‌ କଟ୍ରେଲଙ୍କ ଗୋଟିଏ ଓଭରରେ ୫ ଛକା ମାରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିଭଳି ବାଙ୍ଗାଲୋର ବିପକ୍ଷ ମ୍ୟାଚ୍‌ରେ ମଧ୍ୟ ଟଓ୍ବୋତିଆ ୧୨ ବଲରୁ ୨୪ ରନର ଦ୍ରୁତ ଇନିଂସ ଖେଳିଥିଲେ। ଟଓ୍ବୋତିଆଙ୍କ ଏଭଳି ଆକମଣାତ୍ମକ ବ୍ୟାଟିଂ ବୋଧ ହୁଏ କୋହଲିଙ୍କୁ ପସନ୍ଦ ଆସିଥିଲା। ଯେଉଁଥି ପାଇଁ ସେ ମ୍ୟାଚ୍‌ ପରେ ନିଜର ଅଟୋଗ୍ରାଫ୍‌ ଥିବା ଜର୍ସି ରାହୁଲଙ୍କୁ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri