ଜର୍ମାନ ମଡେଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ ଯୋଗୁ ଯଥେଷ୍ଟ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। କିନ୍ତୁ ଏଥର ତାଙ୍କର ଚର୍ଚ୍ଚାରେ ଆସିବାର କାରଣ ସମ୍ପୂର୍ଣ୍ଣ ଭିନ୍ନ। ଏହା ଏକ ଚମତ୍କାର ଇନିଂସ ନୁହେଁ, ବରଂ ଏକ ‘ଲାଇକ’ଯାହା ଏକ ବିବାଦ ସୃଷ୍ଟି କରିଛି। ପ୍ରଶଂସକ ତାଙ୍କୁ ଟ୍ରୋଲ କରୁଥିବାବେଳେ ଅଭିନେତ୍ରୀ ଅମିଷା ପଟେଲ କୋହଲିଙ୍କୁ ସମର୍ଥନ କରିଛନ୍ତି।
ବିରାଟ କୋହଲି ଜଣେ ଜର୍ମାନ ମଡେଲ ତଥା ଇନ୍‌ଫ୍ଲୁଏନ୍ସର ଲିଜା ବ୍ଲିଙ୍ଗ (ଲିଜାଲାଜ ନାମରେ ମଧ୍ୟ ଜଣାଶୁଣା)ଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ କରାଯାଇଥିବା ଏକ ଫଟୋକୁ ‘ଲାଇକ’ କରିଥିଲେ। ଏହି କାର୍ଯ୍ୟ ତୁରନ୍ତ ସୋସିଆଲ ମିଡିଆରେ ପ୍ରଶଂସକମାନଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିଥିଲା। କିଛି ସମୟ ମଧ୍ୟରେ ଏହି ‘ଲାଇକ’ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଆଲୋଚନାର ଏକ ଚର୍ଚ୍ଚିତ ବିଷୟ ପାଲଟିଥିଲା।

ଅମିଷା ପଟେଲ ଏନେଇ ପ୍ରତିକ୍ରିୟା ଦେଇ କହିଛନ୍ତି, ଜଣେ ସେଲିବ୍ରିଟି କାହାର ଫଟୋକୁ ପସନ୍ଦ କରିପାରିବେ ନାହିଁ? କାହିଁକି? ମୁଁ ବୁଝିପାରୁନାହିଁ। କିଛି ପସନ୍ଦ କରିବା କ’ଣ ପାପ? ଏହା ତାଙ୍କର ଇନଷ୍ଟାଗ୍ରାମ ଆକାଉଣ୍ଟ; ସେ ଯାହା ଚାହାଁନ୍ତି ତାହା ପସନ୍ଦ କରିବା ତାଙ୍କ ଅଧିକାର।
ଲୋକମାନେ କେବଳ ଟ୍ରୋଲ କରିବା ଜାଣନ୍ତି। ସେମାନଙ୍କର ଅନ୍ୟ କୌଣସି କାମଧନ୍ଦା ନାହିଁ।

ଏହା ପ୍ରଥମ ଥର ନୁହେଁ,ବିରାଟ କୋହଲି କାହାର ଫଟୋକୁ ଲାଇକ କରି ଟ୍ରୋଲ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ପୂର୍ବରୁ ସେ ଅଭିନେତ୍ରୀ ଅବନୀତ କୌରଙ୍କ ଏକ ଫଟୋକୁ ଲାଇକ କରି ମଧ୍ୟ ଚର୍ଚ୍ଚାରେ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri