Posted inଖେଳ

ବାବରଙ୍କୁ ସ୍ବତନ୍ତ୍ର ଉପହାର ଦେଲେ କୋହଲି

ଅହମ୍ମଦାବାଦ,୧୫।୧୦: ବିଶ୍ୱକପ୍‌ ୨୦୨୩ର ମହାମୁକାବିଲାରେ ପାକିସ୍ତାନକୁ ୭ ଉଇକେଟରେ ପରାଜିତ କରିଛି ଭାରତ। ପ୍ରଥମେ ଟସ୍‌ ଜିତି ଭାରତ ବୋଲିଂ ନିଷ୍ପତ୍ତି ନେଇଥିଲା। ଦଳର ପ୍ରଭାବୀ ବୋଲିଂ କାରଣରୁ ବିରୋଧୀ ଟିମ୍‌ ମାତ୍ର ୧୯୧ ରନ୍‌ କରିବାରେ ସଫଳ ହୋଇଥିଲା। ଜବାବରେ ଭାରତୀୟ ବ୍ୟାଟ୍ସମ୍ୟାନମାନେ ୧୧୭ ବଲ ଏବଂ ୭ ଉଇକେଟ ଥାଇ ଟାର୍ଗେଟ ପୂରଣ କରିଥିଲେ। ଏହିପରି ଦଳ ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଲଗାତର ୮ମ ଥର ବିଜେତା ହେବାର ରେକର୍ଡକୁ ବଜାୟ ରଖିଥିଲା।

ଭାରତ ବିପକ୍ଷରେ ପରାଜିତ ହେବା ପରେ ପାକିସ୍ତାନ ଅଧିନାୟକ ବାବର ଆଜମ ବିରାଟ କୋହଲିଙ୍କୁ ନିଜର ବିଶ୍ୱକପ୍‌ର ଅଟୋଗ୍ରାଫ ଥିବା ଜର୍ସିକୁ ଦେବାକୁ ଅନୁରୋଧ କରିଥିଲେ। କୋହଲି ତାଙ୍କୁ ନିରାଶ ନ କରି ମଇଦାନ ମଝିରେ ନିଜର ଦସ୍ତଖତ ଥିବା ଜର୍ସି ଉପହାରରେ ଦେଉଥିବା ଦେଖାଯାଇଛି।

ଭାରତ-ପାକିସ୍ତାନ ଖେଳାଳିମାନେ ମଇଦାନରେ ପ୍ରତିଦ୍ୱନ୍ଦ୍ୱୀ ହୋଇଥିଲେ ହେଁ ବିରାଟ-ବାବରଙ୍କ ମଧ୍ୟରେ ସମ୍ପର୍କ ଭଲ ଥିବା କୁହାଯାଏ। କୋହଲି ଖରାପ ଫର୍ମ ଦେଇ ଗତି କରିବା ସମୟରେ ବାବର ଅନେକ ଥର ତାଙ୍କ ସମର୍ଥନରେ ବାହାରିଥିଲେ। ଏପରିକି ନିଜ କ୍ରିକେଟ କ୍ୟାରିୟର ଆରମ୍ଭରୁ ସେ କୋହଲିଙ୍କୁ ନିଜର ଆଦର୍ଶ ବୋଲି ଭାବୁଥିଲେ। ସମୟ ବିତିବା ସହ ତାଙ୍କୁ ଏବେ ବିରାଟଙ୍କ ସହ ତୁଳନା କରାଯାଉଛି। ଏବେ ଦୁହେଁ ଏକାଠି ମ୍ୟାଚ୍‌ ଖେଳିବା ଲାଗି ପରସ୍ପରକୁ ଭେଟିଲେ ବନ୍ଧୁତ୍ୱପୂର୍ଣ୍ଣ ବ୍ୟବହାର କରୁଥିବା ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri