Posted inଖେଳ

ଦଳକୁ ଫେରିଲେ କୋହଲି, ହାର୍ଦ୍ଦିକ, ଈଶାନ୍ତ

ନୂଆଦିଲ୍ଲୀ, ୧୯।୧- ଅଷ୍ଟ୍ରେଲିଆରେ ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିବା ପରେ ଟିମ୍‌ ଇଣ୍ଡିଆର ପରବର୍ତ୍ତୀ ଟାର୍ଗେଟରେ ହେଉଛି ଇଂଲଣ୍ଡ। ଆଗାମୀ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚ ପାଇଁ ମଙ୍ଗଳବାର ଘୋଷିତ ହୋଇଯାଇଛି ୧୮ ଜଣିଆ ଭାରତୀୟ ଦଳ। ଅଧିନାୟକ ବିରାଟ କୋହଲି, ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ଅଭିଜ୍ଞ ଦ୍ରୁତ ବୋଲର ଈଶାନ୍ତ ଶର୍ମା ଦଳକୁ ଫେରିଛନ୍ତି। ଫିଟ୍‌ ହେବା ପରେ ଯଶପ୍ରୀତ୍‌ ବୁମ୍‌ରା ଓ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦଳରେ ସାମିଲ କରାଯାଇଛି। ଏମାନଙ୍କ ବ୍ୟତୀତ ଦଳରେ ସ୍ଥାନ ପାଇଛନ୍ତି ବ୍ରିସବେନ ଟେଷ୍ଟର ହିରୋ ଶାର୍ଦ୍ଦୁଳ ଠାକୁର, ଓ୍ବାଶିଂଟନ ସୁନ୍ଦର ଓ ମହମ୍ମଦ ସିରାଜ।

ଚେତନ ଶର୍ମାଙ୍କ ନେତୃତ୍ୱାଧୀନ ନୂଆ ଜାତୀୟ ଚୟନ କମିଟି ଆଗାମୀ ଇଂଲଣ୍ଡ ସିରିଜ ପାଇଁ ଦଳ ଚୟନ କରିଛି। ଭର୍ଚୁଆଲ ପ୍ଲାଟ୍‌ଫର୍ମ ମାଧ୍ୟମରେ ବୈଠକ ସହ ଯୋଡ଼ି ହୋଇଥିଲେ ଅଧିନାୟକ ବିରାଟ। ବୈଠକରେ ଯୋଗ ଦେଇଥିବା ଅନ୍ୟ ଚୟନକର୍ତ୍ତାମାନେ ହେଲେ ସୁନୀଲ ଜୋଶୀ, ଆବେ କୁରୁଭିଲା, ଓଡ଼ିଶାର ଦେବାଶିଷ ମହାନ୍ତି ଓ ହରବିନ୍ଦର ସିଂ। ଦଳ ସହ ୪ ଷ୍ଟାଣ୍ଡବାଇ ଖେଳାଳିଙ୍କ ନାମ ଘୋଷଣା କରିଛନ୍ତି ଚୟନକର୍ତ୍ତାମାନେ। ଏହି ଖେଳାଳିମାନେ ଭାରତୀୟ ଦଳ ସହିତ ଯାତ୍ରା କରିବେ ନାହିଁ। ଯଦି କୌଣସି ଖେଳାଳି ଆହତ ହୁଅନ୍ତି, ତାଙ୍କ ସ୍ଥାନରେ ଖେଳିବେ। ଏହା ବ୍ୟତୀତ କୋଭିଡ ମହାମାରୀ ଗାଇଡ୍‌ଲାଇନ୍‌କୁ ଦୃଷ୍ଟିରେ ରଖି ୫ ନେଟ୍‌ ବୋଲରଙ୍କୁ ମଧ୍ୟ ଚୟନ କରାଯାଇଛି।

ଭାରତୀୟ ଦଳ : ରୋହିତ ଶର୍ମା, ଶୁବମନ ଗିଲ୍‌, ମୟଙ୍କ ଅଗ୍ରଓ୍ବାଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି (ଅଧିନାୟକ), ଅଜିଙ୍କ୍ୟ ରାହାନେ, ରିଷଭ ପନ୍ତ, ରିଦ୍ଧିମାନ ଶାହା, ହାର୍ଦ୍ଦିକ ପାଣ୍ଡ୍ୟା, ଲୋକେଶ ରାହୁଲ(ଫିଟ୍‌ ହେଲେ ଖେଳିବେ), ଯଶପ୍ରୀତ୍‌ ବୁମରା, ଈଶାନ୍ତ ଶର୍ମା, ମହମ୍ମଦ ସିରାଜ, ଶାର୍ଦ୍ଦୁଳ ଠାକୁର, ରବିଚନ୍ଦ୍ରନ ଅଶ୍ୱିନ, କୁଲଦୀପ ଯାଦବ, ଓ୍ବାଶିଂଟନ ସୁନ୍ଦର ଓ ଅକ୍ଷର ପଟେଲ।

ଷ୍ଟାଣ୍ଡବାଇ ଖେଳାଳ: ଶାହାବାଜ ନଦୀମ, କେ.ଏସ୍‌. ଭରତ, ଅଭିମନ୍ୟୁ ଇଶ୍ୱରନ, ରାହୁଲ ଚହର। ନେଟ୍‌ ବୋଲର: ଅଙ୍କିତ ରାଜପୁତ, ଆଭେଶ ଖାଁ, ସନ୍ଦୀପ ଓ୍ବାରିୟର, କ୍ରିଷ୍ଣାପ୍ପା ଗୋଥାମ, ସୌରଭ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?