Posted inଖେଳ

ଟି୨୦ରେ ବିରାଟ ରାଜ୍; ମାରିଲେ ୧୦୦ ଅର୍ଦ୍ଧଶତକ

ଜୟପୁର,୧୩ା୪: ଭାରତୀୟ ଦଳର ଷ୍ଟାର୍‌ ବିରାଟ କୋହଲି ରବିବାର କ୍ରିକେଟ୍‌ ଇତିହାସରେ ନିଜ ନାମକୁ ସ୍ବର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ କରାଇଛନ୍ତି। ସେ ପ୍ରଥମ ଭାରତୀୟ କ୍ରିକେଟର ଭାବେ ଟି୨୦ରେ ୧୦୦ଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଷ୍ଟାର୍‌ କୋହଲି ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍‌ରେ ୪୫ ବଲରେ ୬୨ ରନ୍‌ର ଇନିଂସ ଖେଳିବା ଅବସରରେ ଏହି ଏଲିଟ୍‌ କ୍ଲବରେ ସାମିଲ ହୋଇଛନ୍ତି।

ଚଳିତ ଆଇପିଏଲ୍‌ରେ ଏହା ତାଙ୍କର ତୃତୀୟ ଅର୍ଦ୍ଧଶତକ ଥିଲା। ଏଥିଯୋଗୁ ଏପର୍ଯ୍ୟନ୍ତ ୪୦୫ ଟି୨୦ ମ୍ୟାଚ୍‌ ଖେଳିଥିବା କୋହଲିଙ୍କ କ୍ୟାରିୟରର ଅର୍ଦ୍ଧଶତକ ସଂଖ୍ୟା ୧୦୦ରେ ପହଞ୍ଚତ୍ଛି। ତାଙ୍କ କ୍ୟାରିୟରରେ ୯ ଶତକ ମଧ୍ୟ ରହିଛି। ଟି୨୦ କ୍ରିକେଟ୍‌ ଇତିହାସରେ ସର୍ବାଧିକ ସଂଖ୍ୟକ ଅର୍ଦ୍ଧଶତକ କରିଥିବା ବ୍ୟାଟରଙ୍କ ତାଲିକାରେ କୋହଲି ଏବେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ଏବେ କେବଳ ଅଷ୍ଟ୍ରେଲିଆର ଡେଭିଡ୍‌ ଓ୍ବାର୍ନରଙ୍କ ପଛରେ ରହିଛନ୍ତି।

୪୦୦ ଟି୨୦ ମ୍ୟାଚ ଖେଳିଥିବା ଓ୍ବାର୍ନରଙ୍କ ନାମରେ ୮ ଶତକ ସହ ୧୦୮ ଅର୍ଦ୍ଧଶତକ ରହିଛି। ଏହି ତାଲିକାରେ କୋହଲିଙ୍କ ପଛରେ ପାକିସ୍ତାନର ବାବର ଆଜାମ (୯୦ ଅର୍ଦ୍ଧଶତକ), ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ(୮୮), ଇଂଲଣ୍ଡର ଜୋଶ୍‌ ବଟଲର(୮୬) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri