Posted inଖେଳ

ଭାରତକୁ ବିଜୟ ଦେଲା କୋହଲି, ଇଶାନଙ୍କ ପାଓ୍ବାରଫୁଲ ହାଫ୍‌ ସେଞ୍ଚୁରୀ

ଅହମ୍ମଦାବାଦ,୧୪।୩ : ପ୍ରଥମ ମ୍ୟାଚ୍‌ରେ ଶୋଚନୀୟ ପରାଜୟ ପରେ ଦମଦାର ପ୍ରତ୍ୟାବର୍ତ୍ତନ କରିଛି ଭାରତ। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୭ ଉଇକେଟରେ ଜିତି ନେଇଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ। ଅଧିନାୟକ କୋହଲି ଓ ପଦାର୍ପଣକାରୀ ବ୍ୟାଟ୍ସମ୍ୟାନ ଇଶାନ କିଷାନଙ୍କ ପାଓ୍ବାରଫୁଲ ଅର୍ଦ୍ଧଶତକ ବଳରେ ଭାରତକୁ ମିଳିଛି ଏହି ବିଜୟ। ଏହି ବିଜୟ ସହ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୧-୧ର ବରାବର ସ୍ଥିତିରେ ପହଞ୍ଚିଛି।

ପ୍ରଥମ ମ୍ୟାଚ୍‌ ଭଳି କାକର ସମସ୍ୟାକୁ ଦୃଷ୍ଟିରେ ରଖି ପ୍ରଥମେ ବୋଲିଂ ବାଛିଥିଲେ ଟସ୍‌ ଜିତିଥିବା ଅଧିନାୟକ। ଏଥର ଭଲ ଥିଲା କୋହଲିଙ୍କ ଭାଗ୍ୟ। ନିୟମିତ ବ୍ୟବଧାନରେ ଉଇକେଟ ହରାଇବା ଯୋଗୁ ବଡ଼ ସ୍କୋର ଛିଡ଼ା କରିପାରି ନ ଥିଲା ଇଂଲଣ୍ଡ। ଭ୍ରମଣକାରୀ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପାଇଁ ଜାସନ ରୟ ୪୬, ଅଧିନାୟକ ଇଆନ ମୋର୍ଗାନ ୨୮, ଦାଓ୍ବିଦ ମଲାନ ଓ ବେନ ଷ୍ଟୋକ୍ସ ୨୪ ରନ୍‌ କରିଥିଲେ। ଓ୍ବାଶିଂଟନ ସୁନ୍ଦର ଓ ଶାର୍ଦ୍ଦୁଳ ଠାକୁର ହାତେଇଥିଲେ ୨ ଲେଖାଏ ଉଇକେଟ। ଜବାବରେ ଇଂଲଣ୍ଡ ଭଳି ଭାରତ ମଧ୍ୟ ପ୍ରଥମ ଓଭରରେ ହିଁ ହରାଇଥିଲା ତା’ର ଓପନରଙ୍କ ଉଇକେଟ। ଲୋକେଶ ରାହୁଲ ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହେବା ପରେ ଅଧିନାୟକ କୋହଲି ଓ ଇଶାନ ଦ୍ୱିତୀୟ ଉଇକେଟ ପାଇଁ ଯୋଡ଼ିଥିଲେ ବିସ୍ଫୋରକ ୯୪ ରନ୍‌ । ଇତି ମଧ୍ୟରେ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ପୂରଣ କରିଥିଲେ ଇଶାନ। ସେ ଆଉଟ୍‌ ହେବା ପୂର୍ବରୁ ୩୨ ବଲରେ ୫ ଚୌକା ଓ ୪ ଛକା ବଳରେ ୫୬ ରନ୍‌ କରିଥିଲେ। ଏହାପରେ ଋଷଭ ପନ୍ତଙ୍କ ସହ ମିଶି ଦଳୀୟ ସ୍କୋରରେ ୩୬ ରନ୍‌ ଯୋଡ଼ିଥିଲେ କୋହଲି। ଏଥି ଯୋଗୁ ୧୭.୫ ଓଭରରେ ହିଁ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା ଭାରତ। କୋହଲି ସର୍ବାଧିକ ୭୩ ( ୫ ଚୌକା ଓ ୩ ଛକା) ଓ ଶ୍ରେୟାସ ଆୟାର ୬ ରନ୍‌ କରି ଅପରାଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri