ଛକା, ଚୌକାରେ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିବେ କୋହଲି

ଆବୁଧାବି, ୨୧।୧୦: ଚଳିତ ଆଇପିଏଲ୍‌ର ୩୯ତମ ମୁକାବିଲାରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପରସ୍ପର ସାମ୍ନା ସାମ୍ନି ହେବେ। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଅବସରରେ ଆର୍‌ସିବି ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ଛକା ଓ ଚୌକାରେ ଏକ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିବାର ସୁଯୋଗ ରହିଛି। ଆଇପିଏଲ୍‌ରେ ୨୦୦ ଛକା ମାରିବାଠାରୁ ବିରାଟ ଆଉ ଗୋଟିଏ ପାଦ ପଛରେ ରହିଛନ୍ତି। ସେହିଭଳି ୫୦୦ ଚୌକା ମାରିବାଠାରୁ ୨ଟି ପାଦ ଦୂରରେ। ବିରାଟ ବର୍ତ୍ତମାନ ସୁଦ୍ଧା ଆଇପିଏଲ୍‌ରେ ୧୯୯ ଛକା ଓ ୪୯୮ ଚୌକା ମାରି ସାରିଛନ୍ତି।
ସର୍ବାଧିକ ଚୌକା ମାରିବା ମାମଲାରେ ବିରାଟ ତାଲିକାର ୨ୟ ସ୍ଥାନରେ ରହିଛନ୍ତି। ୫୭୫ ଚୌକା ସହ ଦିଲ୍ଲୀ କ୍ୟାପିଟାଲ୍ସର ଶିଖର ଧାଓ୍ବାନ ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି। ଧାଓ୍ବନଙ୍କ ବ୍ୟତୀତ ଆଉ କୌଣସି ବ୍ୟାଟ୍ସମ୍ୟାନ ଆଇପିଏଲ୍‌ରେ ୫୦୦ ଚୌକା ମାରିପାରି ନାହାନ୍ତି। ସେହିଭଳି ଆଇପିଏଲ୍‌ରେ ସର୍ବାଧିକ ଛକା ମାରିବା ତାଲିକାରେ ବିରାଟ ୫ମ ସ୍ଥାନରେ ରହିଛନ୍ତି। କିଙ୍ଗ୍ସ ଇଲେଭେନ ପଞ୍ଜାବର କ୍ରିସ ଗେଲ୍‌ (୩୩୫) ଆଇପିଏଲ୍‌ ଇତିହାସରେ ସର୍ବାଧିକ ଛକା ମାରିଛନ୍ତି। ଯଦି ବିରାଟ ୨୦୦ ଛକା ମାଇଲଖୁଣ୍ଟ ସ୍ପର୍ଶ କରନ୍ତି ତେବେ ଏହି କୀର୍ତ୍ତିମାନ କରିବାରେ ସେ ୩ୟ ଭାରତୀୟ ବ୍ୟାଟ୍ସମ୍ୟାନ ହେବେ। ତାଙ୍କ ପୂର୍ବରୁ ମହେନ୍ଦ୍ର ସିଂ ଧୋନୀ (୨୧୫) ଓ ରୋହିତ୍‌ ଶର୍ମା (୨୦୯) ୨୦୦ରୁ ଊର୍ଦ୍ଧ୍ୱ ଛକା ମାରି ସାରିଛନ୍ତି। ସର୍ବାଧିକ ଛକା ମାରିବା ତାଲିକାରେ ଏବି ଡି ଭିଲର୍ସ (୨୩୧) ୨ୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri