ଛକା, ଚୌକାରେ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିବେ କୋହଲି

ଆବୁଧାବି, ୨୧।୧୦: ଚଳିତ ଆଇପିଏଲ୍‌ର ୩୯ତମ ମୁକାବିଲାରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପରସ୍ପର ସାମ୍ନା ସାମ୍ନି ହେବେ। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଅବସରରେ ଆର୍‌ସିବି ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ଛକା ଓ ଚୌକାରେ ଏକ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିବାର ସୁଯୋଗ ରହିଛି। ଆଇପିଏଲ୍‌ରେ ୨୦୦ ଛକା ମାରିବାଠାରୁ ବିରାଟ ଆଉ ଗୋଟିଏ ପାଦ ପଛରେ ରହିଛନ୍ତି। ସେହିଭଳି ୫୦୦ ଚୌକା ମାରିବାଠାରୁ ୨ଟି ପାଦ ଦୂରରେ। ବିରାଟ ବର୍ତ୍ତମାନ ସୁଦ୍ଧା ଆଇପିଏଲ୍‌ରେ ୧୯୯ ଛକା ଓ ୪୯୮ ଚୌକା ମାରି ସାରିଛନ୍ତି।
ସର୍ବାଧିକ ଚୌକା ମାରିବା ମାମଲାରେ ବିରାଟ ତାଲିକାର ୨ୟ ସ୍ଥାନରେ ରହିଛନ୍ତି। ୫୭୫ ଚୌକା ସହ ଦିଲ୍ଲୀ କ୍ୟାପିଟାଲ୍ସର ଶିଖର ଧାଓ୍ବାନ ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି। ଧାଓ୍ବନଙ୍କ ବ୍ୟତୀତ ଆଉ କୌଣସି ବ୍ୟାଟ୍ସମ୍ୟାନ ଆଇପିଏଲ୍‌ରେ ୫୦୦ ଚୌକା ମାରିପାରି ନାହାନ୍ତି। ସେହିଭଳି ଆଇପିଏଲ୍‌ରେ ସର୍ବାଧିକ ଛକା ମାରିବା ତାଲିକାରେ ବିରାଟ ୫ମ ସ୍ଥାନରେ ରହିଛନ୍ତି। କିଙ୍ଗ୍ସ ଇଲେଭେନ ପଞ୍ଜାବର କ୍ରିସ ଗେଲ୍‌ (୩୩୫) ଆଇପିଏଲ୍‌ ଇତିହାସରେ ସର୍ବାଧିକ ଛକା ମାରିଛନ୍ତି। ଯଦି ବିରାଟ ୨୦୦ ଛକା ମାଇଲଖୁଣ୍ଟ ସ୍ପର୍ଶ କରନ୍ତି ତେବେ ଏହି କୀର୍ତ୍ତିମାନ କରିବାରେ ସେ ୩ୟ ଭାରତୀୟ ବ୍ୟାଟ୍ସମ୍ୟାନ ହେବେ। ତାଙ୍କ ପୂର୍ବରୁ ମହେନ୍ଦ୍ର ସିଂ ଧୋନୀ (୨୧୫) ଓ ରୋହିତ୍‌ ଶର୍ମା (୨୦୯) ୨୦୦ରୁ ଊର୍ଦ୍ଧ୍ୱ ଛକା ମାରି ସାରିଛନ୍ତି। ସର୍ବାଧିକ ଛକା ମାରିବା ତାଲିକାରେ ଏବି ଡି ଭିଲର୍ସ (୨୩୧) ୨ୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri