Posted inଖେଳ

ପଡିଆରେ ‘ପୁଷ୍ପା’ ଡ୍ୟାନ୍ସ କଲେ କୋହଲି: ଦେଖନ୍ତୁ ଭିଡିଓ

ମୋହାଲି,୭।୩: ଭାରତ ପ୍ରଥମ ଟେଷ୍ଟରେ ଶ୍ରୀଲଙ୍କାକୁ ଇନିଂସ ଏବଂ ୨୨୨ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ ଉଭୟ ଦଳ ପାଇଁ ସ୍ବତନ୍ତ୍ର ଥିଲା। ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ନିଜର ୧୦୦ ତମ ଟେଷ୍ଟ ମ୍ୟାଚ ଥିବାବେଳେ ଶ୍ରୀଲଙ୍କା ଦଳ ୩୦୦ ତମ ମ୍ୟାଚ ଖେଳିଥିଲା। ୧୦୦୦ ତମ ଟେଷ୍ଟ ମ୍ୟାଚ ଖେଳିବାରେ ବିରାଟ ଦ୍ୱାଦଶ ଭାରତୀୟ ଖେଳାଳି ହୋଇଥିଲେ। ତେବେ ଏହି ଐତିହାସିକ ମ୍ୟାଚରେ ସେ ମାତ୍ର ୪୫ ରନ ସ୍କୋର କରିଥିଲେ। ବିରାଟ ବ୍ୟାଟିଂରେ ସେତେଟା ଭଲ ପ୍ରଦର୍ଶନ କରି ନ ଥିଲେ ମଧ୍ୟ ତାଙ୍କ କାର୍ଯ୍ୟ ସହିତ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ମ୍ୟାଚର ତୃତୀୟ ଦିନରେ ସେ ପଡ଼ିଆରେ ନାଚିଥିଲେ, ଯାହାର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ମୋହାଲି ଟେଷ୍ଟର ତୃତୀୟ ଦିନରେ ରବୀନ୍ଦ୍ର ଜାଡେଜା ଶ୍ରୀଲଙ୍କା ଇନିଂସର ୫୧ ଓଭରରେ ଲାସିଥ ଆମ୍ବୁଲଡେନିଆଙ୍କୁ ଆଉଟ୍‌ କରିଥିଲେ। କୋହଲି ପଡିଆ ମଝିରେ ଫିଲ୍ମ ‘ପୁଷ୍ପା’ ଷ୍ଟାଇଲ୍‌ରେ ‘ମେନ ଝୁକେଗା ନେହଁି’ ଷ୍ଟେପ୍‌ କରିଥିଲେ। ବିରାଟଙ୍କ ଏହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପୂର୍ବରୁ ମଧ୍ୟ ଅନେକ ଖେଳାଳି ପଡିଆରେ ‘ପୁଷ୍ପା’ ଫିଲ୍ମ ଷ୍ଟାଇଲରେ ସେଲିବ୍ରେଶନ କରୁଥିବା ଦେଖାଯାଇଥିଲା।
ବିରାଟଙ୍କ ୧୦୦ ତମ ଟେଷ୍ଟ ପାଇଁ ବିସିସିଆଇ ୫୦ ପ୍ରତିଶତ ପ୍ରଶଂସକଙ୍କୁ ଷ୍ଟାଡିୟମକୁ ଆସିବାକୁ ଅନୁମତି ଦେଇଥିଲା। ପ୍ରଶଂସକମାନେ ଉତ୍ସାହର ସହିତ କୋହଲିଙ୍କ ୭୧ ତମ ଶତକକୁ ଅପେକ୍ଷା କରିଥିଲେ। କିନ୍ତୁ ତାହା ହୋଇପାରିଲା ନାହ। ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ବେଙ୍ଗାଲୁରୁରେ ଖେଳାଯିବ।

https://twitter.com/Mr_Cupid_ForEvr/status/1500422837563052038

https://twitter.com/imVKohliOne8/status/1500324569722195969

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri