Posted inଖେଳ

୨୦୫୩ ଦିନ ପରେ ଟପ୍‌-୧୦ରୁ ବାଦ୍‌ ପଡ଼ିଲେ କୋହଲି

ଲଣ୍ଡନ,୬।୭ : ଇଂଲଣ୍ଡ ବିପକ୍ଷରେ ଖରାପ ପ୍ରଦର୍ଶନ ପରେ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ଭାରତର ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କୁ ବଡ଼ ଝଟ୍‌କା ଲାଗିଛି। ବୁଧବାର ଘୋଷିତ ସର୍ବଶେଷ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ତିନି ସ୍ଥାନ ତଳକୁ ଖସି ସେ ୧୩ତମ ସ୍ଥାନରେ ପହଞ୍ଚିଛନ୍ତି। ପାଖାପାଖି ୬ ବର୍ଷ ଅର୍ଥାତ୍‌ ୨୦୫୩ ଦିନ ପରେ କୋହଲି ଟପ୍‌-୧୦ରୁ ବାଦ୍‌ ପଡିଛନ୍ତି। ଏଜବାଷ୍ଟନ ଟେଷ୍ଟରେ ଚମତ୍କାର ବ୍ୟାଟିଂ କରିବା ପରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ନମ୍ବର-୫ରେ ପ୍ରବେଶ କରିଛନ୍ତି।
ଇଂଲଣ୍ଡ ବିପକ୍ଷରେ କୋହଲି କେବଳ ୧୧ ଏବଂ ୨୦ ରନ୍‌ ସ୍କୋର କରିଥିଲେ, କିନ୍ତୁ ପନ୍ତ ପ୍ରଥମ ଇନିଂସରେ ମାତ୍ର ୧୧୧ ବଲରୁ ୧୪୬ ରନ ସହ ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଭାରତକୁ ଶୀର୍ଷରେ ରଖିବାରେ ସାହାଯ୍ୟ କରିଥିଲେ ଏବଂ ଦ୍ୱିତୀୟ ଇନିଂସରେ ୫୭ ରନ କରିଥିଲେ। ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍‌ ଜୋର ରୁଟ୍‌ ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ବିରାଟ କୋହଲି ୨୦୧୮ରେ ନମ୍ବର-୧ରେ ପହଞ୍ଚିଥିଲେ। ତାଙ୍କର ବ୍ୟାଟିଂ ରେଟିଂ ୯୩୭ ଥିଲା। ବର୍ତ୍ତମାନ ବିରାଟ କୋହଲି ନମ୍ବର -୧୩ରେ ପହଞ୍ଚିଛନ୍ତି ଏବଂ ତାଙ୍କ ବ୍ୟାଟିଂ ରେଟିଂ ୭୧୪ ରହିଛି।
ବିରାଟ କୋହଲି ଦୀର୍ଘ ଦିନ ହେବ ଖରାପ ଫର୍ମରେ ଅଛନ୍ତି। ୨୦୧୯ରେ ସେ ଶେଷ ଶତକ ଅର୍ଜନ କରିଥିଲେ। ତସେବେଠାରୁ ସେ ଅନ୍ତର୍ଜାତୀୟ କ୍ରିକେରେ ଆଦୌ ଶତକ ମାରିନାହାନ୍ତି। ଇତିମଧ୍ୟରେ ସେ ୭୫ଟି ପାଳି ଖେଳି ସାରିଛନ୍ତି। ତାଙ୍କ ବ୍ୟାଟିଂ ଆଭ୍‌ରେଜ୍‌ ପାଖାପାଖି ୩୬ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

କୋହଲିଙ୍କଠାରୁ ପ୍ରେରଣା ପାଇ ୟୁପିଏସ୍‌ସିରେ ତୃତୀୟ ସ୍ଥାନ ହାସଲ କଲେ ଅନନ୍ୟା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୪: ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦୁନିଆର ଅନ୍ୟତମ ଲୋକପ୍ରିୟ ଆଥଲେଟ ଅଟନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ୮୦୦ ମିଲିୟନରୁ ଅଧିକ ଫଲୋଅର୍ସ...

ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ,୧୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri