Posted inଖେଳ

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ ରେକର୍ଡ କରିଆସୁଥିବା କୋହଲି ଏଭଳି ଏକ ମାମଲାରେ ମଧ୍ୟ ନିଜର ଅଲଗା ପରିଚୟ ସୃଷ୍ଟି କରିଛନ୍ତି, ଯେଉଁଠି ଭାରତର ଅନେକ ବଡ଼ ବ୍ୟାଟର ତାଙ୍କ ପଛରେ ଅଛନ୍ତି। ଏହି ତାଲିକାରେ ରୋହିତ ଶର୍ମା, ବୀରେନ୍ଦ୍ର ସେହୱାଗ ଓ ଇଶାନ କିଶନଙ୍କ ଭଳି ନାମ ସାମିଲ ଅଛି।

ବର୍ତ୍ତମାନର ଆକଳନ ଅନୁସାରେ, ବିରାଟ କୋହଲି ଦିନିକିଆ କ୍ରିକେଟରେ ୫ ଥର ୧୫୦ କିମ୍ବା ତା’ଠାରୁ ଅଧିକ ଷ୍ଟ୍ରାଇକ ରେଟ୍‌ରେ ଶତକ ହାସଲ କରିଛନ୍ତି। ଭାରତୀୟ ବ୍ୟାଟରଙ୍କ ମଧ୍ୟରେ ଏହି ସଂଖ୍ୟା ସର୍ବାଧିକ। ତାଙ୍କ ପଛକୁ ରୋହିତ ଶର୍ମା ଓ ଇଶାନ କିଶନ ଅଛନ୍ତି। ଉଭୟ ୨ ଥର ଲେଖାଏଁ ୧୫୦ରୁ ଅଧିକ ଷ୍ଟ୍ରାଇକ ରେଟରେ ଦିନିକିଆ ଶତକ ହାସଲ କରିଛନ୍ତି।

ଏହି ତାଲିକାରେ ଭାରତୀୟ କ୍ରିକେଟର ଅନେକ ଦିଗ୍ଗଜ ବ୍ୟାଟର ମଧ୍ୟ ସାମିଲ ଅଛନ୍ତି। ମହମ୍ମଦ ଆଜହରୁଦ୍ଦିନ, କେଏଲ ରାହୁଲ, ଶ୍ରେୟସ ଆୟର, ୟୁସୁଫ ପଠାନ, ବୀରେନ୍ଦ୍ର ସେହ୍ବାଗ, ଯୁବରାଜ ସିଂହ ଓ କେଦାର ଯାଦବ ପ୍ରତ୍ୟେକେ ଥରେ ଲେଖାଏଁ ୧୫୦ ଷ୍ଟ୍ରାଇକ ରେଟ୍ରେ ଦିନିକିଆ ଶତକ ହାସଲ କରିଛନ୍ତି।

ଦିନିକିଆରେ ଶତକ ହାସଲ କରିବା ନିଜେ ଏକ ବଡ଼ ଉପଲବ୍ଧି। କିନ୍ତୁ ୧୫୦ରୁ ଅଧିକ ଷ୍ଟ୍ରାଇକ ରେଟ୍‌ରେ ଶତକ ହାସଲ କରିବା ଜଣେ ବ୍ୟାଟରଙ୍କ ଦ୍ରୁତ ବ୍ୟାଟିଂ କ୍ଷମତାକୁ ଦର୍ଶାଏ। କୋହଲି ତାଙ୍କ କ୍ୟାରିୟରରେ ଅନେକ ଥର ଆବଶ୍ୟକତା ଅନୁସାରେ ବ୍ୟାଟିଂର ଗତି ବଢ଼ାଇ ବଡ଼ ସ୍କୋର କରିଛନ୍ତି। ଏହି କାରଣରୁ ଏହି ବିଶେଷ ରେକର୍ଡରେ ତାଙ୍କ ନାମ ସବୁଠାରୁ ଉପରେ ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪ ଜୀବନ, ଗାଁରେ ଶୋକାକୁଳ

ଯାଜପୁର,୧୧।୮: ଦୀପାବଳିର ଆଲୋକରେ ସାରା ଦୁନିଆ ଝଲସୁଥିବା ବେଳେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଅଞ୍ଚଳରେ ଘଟିଛି ଏକ ଛାତିଥରା ଘଟଣା। ଏହା ସାରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି।…

ଦୀପାବଳି ପାଇଁ ଯାଉଥିଲେ ଗାଁକୁ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଦିଗପହଣ୍ଡି,୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ମନୋଜ କୁମାର ଗୌଡ଼ ନାମକ ଜଣେ ଯୁବକ ରବିବାର ଏକ ଅଟୋ…

ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ଦୀପାବଳିରେ ଦେଲେ…

ନୂଆଦିଲ୍ଲୀ,୮।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

କର୍ମଚାରୀଙ୍କୁ ଲକ୍ଷେ ଟଙ୍କା ଦୀପାବଳି ବୋନସ ଦେଲେ ବ୍ୟବସାୟୀ, ଥାଳିରେ ସଜାଇ….

ନୂଆଦିଲ୍ଲୀ,୮ା୧୧: ଦୀପାବଳିରେ ସାଧାରଣତଃ କର୍ମଚାରୀଙ୍କୁ ଅତିରିକ୍ତ ଦରମା, ମିଠା କିମ୍ବା ଉପହାର ଆକାରରେ ବୋନସ୍‌ ମିଳିଥାଏ । କିନ୍ତୁ ଗୁଜରାଟର ସୁରଟରେ ଜଣେ କପଡ଼ା ବ୍ୟବସାୟୀ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?