Posted inଖେଳ

କୋହଲି ଆହତ, ପ୍ରଥମ ଦିନିକିଆରେ ଖେଳିବା ଆଶା କ୍ଷୀଣ

ଲଣ୍ଡନ,୧୨।୭: ଖରାପ ଫର୍ମରେ ଥିବା ବିରାଟ କୋହଲି ଆହତ ହୋଇଛନ୍ତି। ଆଜି ଖେଳାଯିବାକୁ ଥିବା ପ୍ରଥମ ଦିନିକିଆରେ ସେ ଖେଳିବା ଆଶା କମ୍‌ ବୋଲି ଜଣାପଡିଛି। ଇଂଲଣ୍ଡ ବିପକ୍ଷ ୩ୟ ଅନ୍ତର୍ଜାତୀୟ ଟି୨୦ ସମୟରେ ସେ ତଳିପେଟ ଓ ଜଙ୍ଘ ମଧ୍ୟସ୍ଥ ସ୍ଥାନରେ ଆଘାତ ପାଇଥିଲେ। ଆଘାତ ସମସ୍ୟା କେତେ ପରିମାଣରେ ହୋଇଛି ଯଦିଓ ତାହା ଜଣା ପଡ଼ିନାହିଁ। ତେବେ ଆଘାତ ସେତେ ଗୁରୁତର ନୁହେଁ। ସେ ଜୁଲାଇ ୧୪ରେ ଲଡର୍‌ସ ଓ ୧୭ରେ ମାଞ୍ଚେଷ୍ଟରରେ ହେବାକୁଥିବା ପରବର୍ତ୍ତୀ ୨ଟି ଗେମ୍‌ ପାଇଁ ଉପଲବ୍ଧ ହେବେ।
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି କେନିଙ୍ଗଷ୍ଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଇଂଲଣ୍ଡ ବିପକ୍ଷରେ ଟି -୨୦ ସିରିଜ ଜିତିଥିବା ଟିମ ଇଣ୍ଡିଆ ମନୋବଳ ବେଶ୍‌ ଦୃଢ ରହିଛି। ଏହା ସତ୍ତ୍ୱେ ରୋହିତ ଶର୍ମା, ଶ୍ରେୟସ ଆୟର, ଶିଖର ଧାୱନଙ୍କ ଭଳି ବ୍ୟାଟ୍ସମ୍ୟାନଙ୍କ ପାଇଁ ଏହି ସିରିଜ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri