Posted inଖେଳ

ଟେଷ୍ଟ କ୍ୟାରିୟରରେ ଅଧିନାୟକ ଭାବେ ବିରାଟଙ୍କ ସହ ପ୍ରଥମ ଥର ଘଟିଲା ଏପରି: ଶେଷ ହେଲା..

ଆଡିଲେଡ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଜିତି ସ୍ବଦେଶ ଫେରିବାକୁ ଆଶା ରଖିଥିଲେ ଅଧିନାୟକ ବିରାଟ କୋହଲି। ହେଲେ ତାହା ହୋଇପାରିଲା ନାହିଁ। ବିରାଟଙ୍କ ନେତୃତ୍ୱରେ ଦଳ ଇତିହାସରେ ସବୁଠାରୁ ଖରାପ ପ୍ରଦର୍ଶନ କରିଥିଲା। ମାତ୍ର ଅଢ଼େଇ ଦିନରେ ଅଷ୍ଟ୍ରେଲିଆ ଏହି ଦିବାରାତ୍ର ଟେଷ୍ଟକୁ ୮ ଉଇକେଟରେ ହାତେଇ ନେଇଥିଲା। ଏଥିସହ ବିରାଟ ନିଜ ଅଧିନାୟକତ୍ୱରେ ଟେଷ୍ଟ କ୍ରିକେଟରେ ପରାଜୟରେ ହାଟ୍ରିକ୍‌ କରିଛନ୍ତି। ପ୍ରଥମ ଥର ପାଇଁ ଟେଷ୍ଟ କ୍ରିକେଟରେ ତିନୋଟି ମ୍ୟାଚ୍‌ ହାରିଛି ଭାରତ। ପୂର୍ବରୁ ବର୍ଷ ଆରମ୍ଭରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୦-୨ରେ ହାରିଥିଲା ଭାରତ। ଏହାପରେ ଆଡିଲେଡ୍‌ରେ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌କୁ ହାରି ବିରାଟ ପରାଜୟରେ ହାଟ୍ରିକ୍‌ କରିଛନ୍ତି।

ସେହିଭଳି ବିରାଟ ଟସ୍‌ ଜିତିବା ପରେ ମ୍ୟାଚ୍‌ ଜିତିବା ରେକର୍ଡ ମଧ୍ୟ ଶେଷ ହୋଇଛି। ଆଡିଲେଡ୍‌ ଟେଷ୍ଟ ପୂର୍ବରୁ ଟସ୍‌ ଜିତିଥିବା ମ୍ୟାଚ୍‌ରେ ଭାରତ ଜିତି ଆସୁଥିଲା। ହେଲେ ତାହା ଭାଙ୍ଗିଛି। ଏହି ମ୍ୟାଚ୍‌ ପୂର୍ବରୁ ବିରାଟ ୨୫ଟି ମ୍ୟାଚ୍‌ରେ ଟସ୍‌ ଜିତିଥିବା ବେଳେ ୨୧ ମ୍ୟାଚ୍‌ରେ ଦଳ ବିଜେତା ହୋଇଥିଲା ଏବଂ ୪ ମ୍ୟାଚ୍‌ ଡ୍ର ହୋଇଥିଲା।

ଏହାଛଡ଼ା ୨୦୨୦ରେ ବିରାଟ ଅନ୍ତର୍ଜାତୀୟ କ୍ରିକେଟରେ ଶତକ ମାରିବାରେ ବିଫଳ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ ମାତ୍ର ୧୧ରନ୍‌ ଅନ୍ତରରେ ଶତକ ମାରିବାରୁ ସେ ବଞ୍ଚିତ ହୋଇଥିଲେ। ଆଇପିଏଲ୍‌ରେ ମଧ୍ୟ ଗୋଟିଏ ଥର ସେ ଶତକ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri