Posted inଖେଳ

ଐତିହାସିକ ରେକର୍ଡ କଲେ ବିରାଟ କୋହଲି: ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ କ୍ରିକେଟର୍‌

ନୂଆଦିଲ୍ଳୀ,୩୦।୯: ଅନ୍ତର୍ଜାତୀୟ କ୍ରିକେଟରେ ୨୭,୦୦୦ ରନ ସ୍କୋର କରିବାରେ ବିରାଟ କୋହଲି ବିଶ୍ୱର ଚତୁର୍ଥ କ୍ରିକେଟର ହୋଇଛନ୍ତି। ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟ ମ୍ୟାଚରେ ସେ ଏହି ସଫଳତା ହାସଲ କରିଛନ୍ତି। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ସେ ୩୫ ରନ ସଂଗ୍ରହ କରିବା ମାତ୍ରେ କୋହଲି ଏହି ସଂଖ୍ୟାକୁ ସ୍ପର୍ଶ କରିଛନ୍ତି। ଏହି ତାଲିକାରେ କେବଳ ରିକି ପଣ୍ଟିଂ, କୁମାର ସାଙ୍ଗାକାରା ଏବଂ ସଚିନ ତେନ୍ଦୁଲକର ତାଙ୍କଠାରୁ ଆଗରେ ଅଛନ୍ତି। କାନପୁର ଟେଷ୍ଟରେ ବ୍ୟାଟିଂ କରିବା ପୂର୍ବରୁ କୋହଲି ୫୯୩ ଇନିଂସରେ ୨୬,୯୬୫ ରନ ସଂଗ୍ରହ କରିଥିଲେ। ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ସେ ୩୫ ବଲରେ ୪୭ ରନ ସ୍କୋର କରିଥିଲେ।
ଅଦ୍ୟାବଧି ଅନ୍ତର୍ଜାତୀୟ କ୍ରିକେଟରେ ଦ୍ରୁତତମ ୨୭ ହଜାର ରନ ସ୍କୋର କରିବାର ରେକର୍ଡ ସଚିନ ତେନ୍ଦୁଲକରଙ୍କ ନାମରେ ଥିଲା। ୨୦୦୭ରେ, ସଚିନ ତାଙ୍କ କ୍ୟାରିୟରର ୬୨୩ ତମ ଇନିଂସରେ ୨୭ ହଜାର ରନ ଅତିକ୍ରମ କରିଥିଲେ। କିନ୍ତୁ କୋହଲି ତାଙ୍କଠାରୁ ୨୯ ଇନିଂସ କମ୍‌ ଖେଳି ଏହି ଐତିହାସିକ ସଫଳତା ହାସଲ କରିଛନ୍ତି। ଅନ୍ୟପକ୍ଷରେ, ସାଙ୍ଗାକାରା ୨୭,୦୦୦ ରନ ପୂରଣ କରିବା ପାଇଁ ୬୪୮ ଇନିଂସ ଖେଳିଥିବାବେଳେ ପଣ୍ଟିଂ ତାଙ୍କର ୬୫୦ ତମ ଇନିଂସରେ ଏତେ ରନ ପୂରଣ କରିଥିଲେ।

ଦ୍ରୁତତମ ୨୭ ହଜାର ରନ
ବିରାଟ କୋହଲି – ୫୯୩ ଇନିଂସ

ସଚିନ ତେନ୍ଦୁଲକର – ୬୨୩ ଇନିଂସ

କୁମାର ସାଙ୍ଗାକାରା – ୬୪୮ ଇନିଂସ

ରିକି ପଣ୍ଟିଂ – ୬୫୦ ଇନିଂସ

ବିରାଟ କୋହଲି ୨୦୦୮ରେ ଆନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ଏହା ପରେ ସେ ଟେଷ୍ଟ କ୍ରିକେଟରେ ୮,୯୧୮ ରନ ସଂଗ୍ରହ କରିଛନ୍ତି। ଅନ୍ୟପକ୍ଷରେ ଦିନିକିଆ ଏବଂ ଟି୨୦ କ୍ରିକେଟରେ ସେ ଯଥାକ୍ରମେ ୧୩,୯୦୬ ରନ ଏବଂ ୪,୧୮୮ ରନ କରିଛନ୍ତି। ବର୍ତ୍ତମାନ ସେ ଅନ୍ତର୍ଜାତୀୟ କ୍ରିକେଟରେ ୨୭,୦୧୨ ରନ ସଂଗ୍ରହ କରିଛନ୍ତି। ଏବେ ୪୭୧ ରନ ସ୍କୋର କରିବା ପରେ କୋହଲି ସର୍ବାଧିକ ରନ ସ୍କୋର କରିବା କ୍ଷେତ୍ରରେ ରିକି ପଣ୍ଟିଂଙ୍କୁ ପଛରେ ପକାଇବେ। ଶତକରେ କୋହଲି ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ୮୦ ଶତକ ହାସଲ କରିଛନ୍ତି ଏବଂ ଏହି ତାଲିକାରେ ସଚିନ ତେନ୍ଦୁଲକର ୧୦୦ ଶତକ ସହ ପ୍ରଥମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri