Posted inଖେଳ

ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ

ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ ଖେଳାଯାଉଛି। ଟିମ ଇଣ୍ଡିଆର ପ୍ରଥମ ଇନିଂସରେ ବିରାଟ ଶୂନ୍ୟରେ ଆଉଟ ହୋଇଥିଲେ। କିନ୍ତୁ ସେ ଦ୍ୱିତୀୟ ଇନିଂସରେ ପ୍ରତ୍ୟାବର୍ତ୍ତନ କରି ଅର୍ଦ୍ଧଶତକ ହାସଲ କରିଥିଲେ। ଭାରତ-ନ୍ୟୁଜିଲାଣ୍ଡ ଟେଷ୍ଟ ମ୍ୟାଚରେ କୋହଲି ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। କୋହଲିଙ୍କ ସହ ସରଫରାଜ ଖାନ ମଧ୍ୟ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ମଧ୍ୟ ଅର୍ଦ୍ଧଶତକ ହାସଲ କରିଛନ୍ତି।

ଭାରତ ପାଇଁ ଟେଷ୍ଟରେ ସର୍ବାଧିକ ରନ ସ୍କୋର କରିବାରେ କୋହଲି ଚତୁର୍ଥ ସ୍ଥାନରେ ପହଞ୍ଚିଛନ୍ତି। ଏହି ଫର୍ମାଟରେ ସଚିନ ତେନ୍ଦୁଲକର ଭାରତ ପାଇଁ ସର୍ବାଧିକ ରନ ସଂଗ୍ରହ କରିଛନ୍ତି। ସେ ୧୫୯୨୧ ରନ ସ୍କୋର କରିଛନ୍ତି। ସଚିନ ୫୧ ଶତକ ଏବଂ ୬୮ ଅର୍ଦ୍ଧଶତକ ହାସଲ କରିଛନ୍ତି। ରାହୁଲ ଦ୍ରାବିଡ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଦ୍ରାବିଡ ୧୩୨୬୫ ରନ ସ୍କୋର କରିଛନ୍ତି। ଏହା ପରେ ସୁନୀଲ ଗାଭାସ୍କର ଅଛନ୍ତି। ଗାଭାସ୍କର ୧୦୧୨ରନ ସ୍କୋର କରିଛନ୍ତି। କୋହଲି ଚତୁର୍ଥ ସ୍ଥାନରେ ପହଞ୍ଚିଛନ୍ତି।

କୋହଲିଙ୍କ ଟେଷ୍ଟ କ୍ୟାରିୟର ଏପର୍ଯ୍ୟନ୍ତ ଭଲ ରହିଛି। ଖବର ଲେଖିବା ପର୍ଯ୍ୟନ୍ତ ସେ ୧୧୬ ମ୍ୟାଚର ୧୯୭ ଇନିଂସରେ ୯୦୧୫ ରନ ସଂଗ୍ରହ କରିଛନ୍ତି। କୋହଲି ଟେଷ୍ଟରେ ୨୯ ଶତକ ଏବଂ ୩୧ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମଧ୍ୟ ଦ୍ୱିଶତକ ହାସଲ କରିଛନ୍ତି। ଟେଷ୍ଟରେ କୋହଲିଙ୍କ ଶ୍ରେଷ୍ଠ ସ୍କୋର ୨୫୪। ନ୍ୟୁଜିଲାଣ୍ଡ ବିପକ୍ଷରେ ତାଙ୍କର ରେକର୍ଡ ମଧ୍ୟ ଭଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri