Posted inଖେଳ

କୋହଲିଙ୍କୁ ମିଳିଲା ଲାଭ

ନୂଆଦିଲ୍ଲୀ,୧୪।୯: ନିକଟରେ ଶେଷ ହୋଇଥିବା ଏସିଆ କପ୍‌ରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଚମତ୍କାର ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ଏସିଆ କପରେ ତାଙ୍କର ଚମତ୍କାର ପ୍ରଦର୍ଶନ ଯୋଗୁ ଟି-୨୦ ର଼୍ୟାଙ୍କିଙ୍ଗରେ ତାଙ୍କୁ ଲାଭ ମିଳିଛି। ବିରାଟ ଆଇସିସି ଟି-୨୦ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ୧୪ଟି ସ୍ଥାନକୁ ଡେଇଁ ୧୫ତମ ସ୍ଥାନରେ ପହଞ୍ଚିଛନ୍ତି।
ଏସିଆ କପ ପୂର୍ବରୁ ବିରାଟ ତାଙ୍କ ଫର୍ମ ସହ ସଂଘର୍ଷ କରୁଥିଲେ। କିନ୍ତୁ ସେ ଏସିଆ କପରେ ଫର୍ମକୁ ଫେରିଥିଲେ। ସେ ଏସିଆ କପରେ ମୋଟ ୨୭୬ ରନ ସ୍କୋର କରିଥିଲେ। ଏସିଆ କପରେ ବିରାଟ ଦ୍ୱିତୀୟ ସର୍ବାଧିକ ରନ ସ୍କୋରର୍‌ ହୋଇଥିଲେ। ଆଫଗାନିସ୍ତାନ ବିପକ୍ଷରେ ସେ ୧୨୨ ରନ ସଂଗ୍ରହ କରିଥିଲେ।
ରୋହିତ ଏବଂ ବିରାଟ କ୍ରିକେଟର ତିନୋଟି ଫର୍ମାଟରେ ଟପ-୧୫ ର଼୍ୟାଙ୍କିଙ୍ଗରେ ଅଛନ୍ତି। ଟେଷ୍ଟରେ ବିରାଟ କୋହଲି ଦ୍ୱାଦଶ ସ୍ଥାନରେ, ରୋହିତ ଶର୍ମା ନବମ ସ୍ଥାନରେ, ଦିନିକିଆରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଯଥାକ୍ରମେ ପଞ୍ଚମ ଏବଂ ଷଷ୍ଠ ସ୍ଥାନରେ ଏବଂ ଟି-୨୦ରୋହିତ ଶର୍ମା ଏବଂ ବିରାଟ କୋହଲି ଯଥାକ୍ରମେ ୧୪ ଓ ୧୫ ତମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri