Posted inଖେଳ

ଦଶନ୍ଧିର ଶ୍ରେଷ୍ଠ ଦଳ ଘୋଷଣା କଲା ଆଇସିସି, କୋହଲିଙ୍କୁ ପ୍ରତ୍ୟେକ ଦଳରେ ସ୍ଥାନ

ଦୁବାଇ,୨୭।୧୨: ଚଳିତ ଦଶନ୍ଧିର ପ୍ରତ୍ୟେକ ଫର୍ମାଟ ପାଇଁ ରବିବାର ଶ୍ରେଷ୍ଠ ଦଳ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଟି୨୦ ଓ ଦିନିକଆ ଫର୍ମାଟରେ ଭାରତୀୟ ଦଳର ଅଧିକ ଖେଳାଳିଙ୍କୁ ସ୍ଥାନ ମିଳିଛି। ଆଇସିସିର ଉଭୟ ଦିନିକିଆ ଓ ଟି୨୦ ଦଳରେ ସ୍ଥାନ ପାଇଥିବା ଭାରତୀୟ ଖେଳାଳିମାନେ ହେଲେ ବିରାଟ କୋହଲି, ରୋହିତ ଶର୍ମା ଓ ମହେନ୍ଦ୍ର ସିଂ ଧୋନୀ। ଯଶ୍ରପୀତ ବୁମରାଙ୍କୁ କେବଳ ଛୋଟିଆ ଫର୍ମାଟ ଲାଗି ଘୋଷିତ ଦଳରେ ଯାଗା ମିଳିଥିବାବେଳେ ଟେଷ୍ଟ ଦଳରେ ସ୍ଥାନ ପାଇଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ତାଙ୍କ ବ୍ୟତୀତ ଅନ୍ୟ ଭାରତୀୟ ଭାବେ କୋହଲିଙ୍କୁ ଟେଷ୍ଟ ଦଳରେ ସୁଯୋଗ ମିଳିଛି। ଧୋନୀଙ୍କୁ ସୀମିତ ଓଭର କ୍ରିକେଟ ଦଳର ଅଧିନାୟକ ଚୟନ କରାଯାଇଥିବା ବେଳେ କୋହଲିଙ୍କୁ ଟେଷ୍ଟ ଦଳର ନେତୃତ୍ୱ ଦିଆଯାଇଛି।

ଦଶନ୍ଧିର ଟି୨୦ ପୁରୁଷ ଦଳରେ ସ୍ଥାନ ପାଇଥିବା ଅନ୍ୟ ଖେଳାଳିମାନେ ହେଲେ କ୍ରିସ୍‌ ଗେଲ, ଆରୋନ ଫିଞ୍ଚ, ଏବି ଡି ଭିଲିୟର୍ସ, ଗ୍ଲେନ ମ୍ୟାକ୍ସଓ୍ବେଲ, କିରନ ପୋଲାର୍ଡ, ରଶିଦ ଖାନ ଓ ଲାସିଥ ମଲିଙ୍ଗା।

ଭାରତୀୟ ଖେଳାଳିଙ୍କ ବ୍ୟତୀତ ଦିନିକିଆ ଦଳରେ ଡେଭିଡ୍‌ ଓ୍ବାର୍ନର, ଡି ଭିଲିୟର୍ସ, ଶାକିବ ଅଲ ହାସନ, ବେନ ଷ୍ଟୋକ୍ସ, ମିଚେଲ ଷ୍ଟାର୍କ, ଟ୍ରେଣ୍ଟ ବୋଲ୍ଟ, ଇମ୍ରାନ ତାହିର ଓ ମଲିଙ୍ଗାଙ୍କୁ ସାମିଲ କରାଯାଇଛି।

କୋହଲି ଓ ଅଶ୍ୱିନଙ୍କ ବ୍ୟତୀତ ଟେଷ୍ଟ ଦଳରେ ଆଲେଷ୍ଟର କୁକ୍‌, ଓ୍ବାର୍ନର, କେନ ଓ୍ବିଲିୟମସନ, ଷ୍ଟିଭ ସ୍ମିଥ, କୁମାର ସଙ୍ଗକାରା, ଷ୍ଟୋକ୍ସ, ଡେଲ ଷ୍ଟେନ, ଷ୍ଟୁଆର୍ଟ ବ୍ରଡ ଓ ଜେମ୍ସ ଆଣ୍ଡରସନ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri