Posted inଖେଳ

କୋହଲି ଦଶକର ଶ୍ରେଷ୍ଠ ଦିନିକିଆ କ୍ରିକେଟର

ଲଣ୍ଡନ,୧୫।୪ : ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବଡ଼ ଉପଲବ୍ଧି ହାସଲ କରିଛନ୍ତି। କ୍ରିକେଟର ବାଇବେଲ କୁହାଯାଉଥିବା ଓ୍ବିଜଡେନ ଅଲମାନକର ଦଶକର ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ ସେ ବିବେଚିତ ହୋଇଛନ୍ତି। ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ କ୍ରିକେଟର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ଉଚ୍ଚ ମାନ୍ୟତାପ୍ରାପ୍ତ ଏହି ବାର୍ଷିକ ପ୍ରକାଶନ ଓ୍ବିଜଡେନ ଅଲମାନକ ଗୁରୁବାର ଏ ନେଇ ତାଲିକା ପ୍ରକାଶ କରିଛି। ୨୦୦୮ ଅଗଷ୍ଟରେ ଶ୍ରୀଲଙ୍କା ବିପକ୍ଷରେ କୋହଲି ଦିନିକିଆ କ୍ୟାରିୟର ଆରମ୍ଭ କରିଥିଲେ। ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିବେଚିତ ହେଉଥିବା କୋହଲି ଏ ପର୍ଯ୍ୟନ୍ତ ୨୫୪ଟି ଦିନିକିଆ ଖେଳି ୧୨, ୧୬୯ ରନ କରିଛନ୍ତି।

ପ୍ରଥମ ଅନ୍ତର୍ଜାତୀୟ ଦିନିକିଆର ୫୦ତମ ବାର୍ଷିକୀ ପାଳନ କରାଯିବାର କାର୍ଯ୍ୟକ୍ରମ ରହିଛି। ୧୯୭୧ରୁ ୨୦୨୧ ମଧ୍ୟରେ ସବୁ ଦଶକର ଶ୍ରେଷ୍ଠ କ୍ରିକେଟରଙ୍କୁ ମାନ୍ୟତା ପ୍ରଦାନ କରାଯାଇଛି। ଏହି କ୍ରମରେ ୨୦୨୧ ଦଶକ ପାଇଁ କୋହଲିଙ୍କୁ ପୁରସ୍କୃତ କରାଯିବ ବୋଲି ଓ୍ବିଜଡେନ ତା’ର ଓ୍ବେବସାଇଟ୍‌ରେ ଉଲ୍ଲେଖ କରିଛି। ଗତ ଦଶନ୍ଧିରେ କୋହଲି ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟ ଥିଲେ ଓ ୧୦ ହଜାରରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିଛନ୍ତି।

କୋହଲିଙ୍କୁ ବାଦ୍‌ ଦେଲେ ଅନ୍ୟତମ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ମଧ୍ୟ ୧୯୯୦ ଦଶକର ଶ୍ରେଷ୍ଠ କ୍ରିକେଟର ବିବେଚିତ ହୋଇଛନ୍ତି। ୧୯୯୮ରେ ସଚିନ ସର୍ବାଧିକ ୯ଟି ଦିନିକିଆ ଶତକ ହାସଲ କରିଥିଲେ। ଗୋଟିଏ ବର୍ଷରେ ଏହା ଯେକୌଣସି ବ୍ୟାଟ୍ସମ୍ୟାନଙ୍କଠାରୁ ଲାଗି ସର୍ବାଧିକ। ସେହିପରି ଭାରତର ଅନ୍ୟତମ ବିଶ୍ୱକପ୍‌ ବିଜୟୀ ଅଧିନାୟକ କପିଳ ଦେବ ମଧ୍ୟ ୧୯୮୦ ଦଶକ ପାଇଁ ଶ୍ରେଷ୍ଠ ଦିନିକିଆ କ୍ରିକେଟର ବିବେଚିତ ହୋଇଛନ୍ତି। ୧୯୮୩ରେ କପିଳଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ପାଇଁ ବିଶ୍ୱକପ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା। ଏହି ଦଶନ୍ଧିରେ ସେ ଅନ୍ୟ ବୋଲରଙ୍କଠାରୁ ସର୍ବାଧିକ ଉଇକେଟ ହାସଲ କରିଥିଲେ ଓ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ଷ୍ଟ୍ରାଇକ ରେଟ ୧୦୦ରୁ ଊର୍ଦ୍ଧ୍ୱ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri