Posted inଖେଳ

କୋହଲି ଦଶକର ଶ୍ରେଷ୍ଠ ଦିନିକିଆ କ୍ରିକେଟର

ଲଣ୍ଡନ,୧୫।୪ : ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବଡ଼ ଉପଲବ୍ଧି ହାସଲ କରିଛନ୍ତି। କ୍ରିକେଟର ବାଇବେଲ କୁହାଯାଉଥିବା ଓ୍ବିଜଡେନ ଅଲମାନକର ଦଶକର ଶ୍ରେଷ୍ଠ ଦିନିକିଆ କ୍ରିକେଟର ଭାବେ ସେ ବିବେଚିତ ହୋଇଛନ୍ତି। ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ କ୍ରିକେଟର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ଉଚ୍ଚ ମାନ୍ୟତାପ୍ରାପ୍ତ ଏହି ବାର୍ଷିକ ପ୍ରକାଶନ ଓ୍ବିଜଡେନ ଅଲମାନକ ଗୁରୁବାର ଏ ନେଇ ତାଲିକା ପ୍ରକାଶ କରିଛି। ୨୦୦୮ ଅଗଷ୍ଟରେ ଶ୍ରୀଲଙ୍କା ବିପକ୍ଷରେ କୋହଲି ଦିନିକିଆ କ୍ୟାରିୟର ଆରମ୍ଭ କରିଥିଲେ। ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିବେଚିତ ହେଉଥିବା କୋହଲି ଏ ପର୍ଯ୍ୟନ୍ତ ୨୫୪ଟି ଦିନିକିଆ ଖେଳି ୧୨, ୧୬୯ ରନ କରିଛନ୍ତି।

ପ୍ରଥମ ଅନ୍ତର୍ଜାତୀୟ ଦିନିକିଆର ୫୦ତମ ବାର୍ଷିକୀ ପାଳନ କରାଯିବାର କାର୍ଯ୍ୟକ୍ରମ ରହିଛି। ୧୯୭୧ରୁ ୨୦୨୧ ମଧ୍ୟରେ ସବୁ ଦଶକର ଶ୍ରେଷ୍ଠ କ୍ରିକେଟରଙ୍କୁ ମାନ୍ୟତା ପ୍ରଦାନ କରାଯାଇଛି। ଏହି କ୍ରମରେ ୨୦୨୧ ଦଶକ ପାଇଁ କୋହଲିଙ୍କୁ ପୁରସ୍କୃତ କରାଯିବ ବୋଲି ଓ୍ବିଜଡେନ ତା’ର ଓ୍ବେବସାଇଟ୍‌ରେ ଉଲ୍ଲେଖ କରିଛି। ଗତ ଦଶନ୍ଧିରେ କୋହଲି ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟ ଥିଲେ ଓ ୧୦ ହଜାରରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିଛନ୍ତି।

କୋହଲିଙ୍କୁ ବାଦ୍‌ ଦେଲେ ଅନ୍ୟତମ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ମଧ୍ୟ ୧୯୯୦ ଦଶକର ଶ୍ରେଷ୍ଠ କ୍ରିକେଟର ବିବେଚିତ ହୋଇଛନ୍ତି। ୧୯୯୮ରେ ସଚିନ ସର୍ବାଧିକ ୯ଟି ଦିନିକିଆ ଶତକ ହାସଲ କରିଥିଲେ। ଗୋଟିଏ ବର୍ଷରେ ଏହା ଯେକୌଣସି ବ୍ୟାଟ୍ସମ୍ୟାନଙ୍କଠାରୁ ଲାଗି ସର୍ବାଧିକ। ସେହିପରି ଭାରତର ଅନ୍ୟତମ ବିଶ୍ୱକପ୍‌ ବିଜୟୀ ଅଧିନାୟକ କପିଳ ଦେବ ମଧ୍ୟ ୧୯୮୦ ଦଶକ ପାଇଁ ଶ୍ରେଷ୍ଠ ଦିନିକିଆ କ୍ରିକେଟର ବିବେଚିତ ହୋଇଛନ୍ତି। ୧୯୮୩ରେ କପିଳଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ପାଇଁ ବିଶ୍ୱକପ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା। ଏହି ଦଶନ୍ଧିରେ ସେ ଅନ୍ୟ ବୋଲରଙ୍କଠାରୁ ସର୍ବାଧିକ ଉଇକେଟ ହାସଲ କରିଥିଲେ ଓ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ଷ୍ଟ୍ରାଇକ ରେଟ ୧୦୦ରୁ ଊର୍ଦ୍ଧ୍ୱ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri