Posted inଖେଳ

ମୋର କାହାକୁ କିଛି ପ୍ରମାଣ କରିବାର ନାହିଁ

କେପ୍‌ ଟାଉନ,୧୦।୧: ଗତ ଦୁଇ ବର୍ଷ ହେଲା ତିନି ସଂଖ୍ୟା ବିଶିଷ୍ଟ ସ୍କୋର ହାସଲ କରିବାରେ ବିଫଳ ହେବା ସହ ରନ୍‌ ସଂଗ୍ରହ ହାରରେ ମଧ୍ୟ ତଳ ମୁହଁା ହୋଇଛି। କିନ୍ତୁ ଏଥିଲାଗି ଚିନ୍ତିତ ନ ଥିବା ଏବଂ କାହାକୁ କିଛି ପ୍ରମାଣ କରିବାର ନ ଥିବା କହିଛନ୍ତି ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି।

ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଥିବା କେପ୍‌ ଟାଉନ ଟେଷ୍ଟ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ କୋହଲି କହିଛନ୍ତି, ମୋ ଫର୍ମ ଉପରେ ଲୋକେ କଥା ହେଉଛନ୍ତି। ମୋ କ୍ୟାରିୟରରେ ଏହା ପ୍ରଥମ ଘଟଣା ନୁହେଁ। ଏଥିପୂର୍ବରୁ ମଧ୍ୟ ବହୁ ବାର ମୋ ଫର୍ମ ଉପରେ ପ୍ରଶ୍ନ ଉଠିଛି। ୨୦୧୪ରେ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ବିଫଳ ହେବା ପରେ ମୋତେ ସମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଥିଲା। ମୋ ଫର୍ମ ଉପରେ କିଏ କ’ଣ ଚିନ୍ତା କରୁଛନ୍ତି, ତାହାକୁ ମୁଁ କଦାପି ଖାତିର କରେ ନାହିଁ। ମୋ ପାଇଁ ମୁଁ ମାନଦଣ୍ଡ ସ୍ଥିର କରିଛି। ମୁଁ ସର୍ବଦା ଦଳ ପାଇଁ ଭଲ ପ୍ରଦର୍ଶନ କରିବାକୁ ଚାହେଁ। କିନ୍ତୁ ଖେଳରେ ସର୍ବଦା ସବୁକିଛି ତୁମ ସପକ୍ଷରେ ରହେ ନାହିଁ। ଜଣେ ଖେଳାଳି ଭାବେ ମୁଁ ଭାରତୀୟ ଦଳରେ ଅନେକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଜଡ଼ିତ ଥିଲି। ଦଳର ଆବଶ୍ୟକତା ବେଳେ ପ୍ରଦର୍ଶନ କରିପାରି ଥିବାରୁ ମୁଁ ଗର୍ବିତ।

ସର୍ବଦା ନମ୍ବରକୁ ଆଧାର କରି ନିଜକୁ ବିଚାର କରିବା ଉଚିତ ନୁହେଁ। ଯଦି ଏଭଳି ହୁଏ ତେବେ ମୋ ମତରେ ତୁମେ ଯାହା କରୁଛ ସେଥିରେ କଦାପି ସନ୍ତୁଷ୍ଟ ହେବ ନାହିଁ। ମୁଁ ଯେଉଁଭଳି ଖେଳୁଛି ଏବଂ ବିପରୀତ ପରିସ୍ଥିତିରେ ଦଳ ପାଇଁ ଯାହା କରିଛି, ସେଥିରେ ମୁଁ ଖୁସି ଅଛି। ଅନ୍ୟ କୌଣସି ବିଷୟକୁ ନେଇ ମୋତେ ଚିନ୍ତିତ ହେବାର ଆବଶ୍ୟକତା ନାହିଁ। ମୋତେ ଲାଗୁନି, ମୋର କାହାକୁ କିଛି ପ୍ରମାଣ କରିବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri