Posted inଖେଳ

ଆର୍‌ସିବିର ସହଜ ବିଜୟ: ସଲ୍ଟ, କୋହଲିଙ୍କ ଅର୍ଦ୍ଧଶତକ

ଜୟପୁର,୧୩ା୪: ବୋଲରଙ୍କ ମାପଚୁପ ବୋଲିଂ ଓ ପରେ ଫିଲ୍‌ ସଲ୍ଟ ଏବଂ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଳରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ୯ ଉଇକେଟରେ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌)କୁ ପରାସ୍ତ କରିଛି। ରାଜସ୍ଥାନ ପକ୍ଷରୁ ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟକୁ ବେଙ୍ଗାଲୁରୁ ୧୭.୩ ଓଭରରେ ୧ ଉଇକେଟ ହରାଇ ହାସଲ କରିନେଇଥିଲା। ଏହା ବେଙ୍ଗାଲୁରୁର ଚତୁର୍ଥ ବିଜୟ ହୋଇଥିବା ବେଳେ ରାଜସ୍ଥାନ ଲାଗି ଏହା ଚତୁର୍ଥ ପରାଜୟ।

ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ୨୦ ଓଭରରେ ୪ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା। ଦଳ ପକ୍ଷରୁ ଜଶସ୍ବୀ ଜୟସ୍ବାଲ ୪୭ ବଲରେ ସର୍ବାଧିକ ୭୫ ରନ୍‌ର ଇନିଂସ ଖେଳିଥିଲେ। ତାଙ୍କର ଏହି ଇନିଂସ୍‌ରେ ୧୦ ଚୌକା ଓ ୨ ଛକା ସାମିଲ ଥିଲା। ଅନ୍ୟମାନଙ୍କ ମଧ୍ୟରେ ଧ୍ରୁବ ଜୁରେଲ ୨୩ ବଲରେ ୨ ଲେଖାଏ ଚୌକା ଓ ଛକା ସହିତ ୩୫ ରନ୍‌ କରି ଅପରାଜିତ ରହିଥିବା ବେଳେ ରିୟାନ ପରାଗ ୨୨ ବଲରେ ୩ ଚୌକା ଓ ୧ ଛକା ସହିତ ୩୦ ରନ୍‌ କରି ଆଉଟ୍‌ ହୋଇଥିଲେ। ଅଧିନାୟକ ସଞ୍ଜୁ ସାମ୍‌ସନ(୧୫) ଓ ଶିମରନ ହେଟମେୟର(୯) ବିଫଳ ହୋଇଥିଲେ।

ଆର୍‌ସିବି ପକ୍ଷରୁ ଭୁବନେଶ୍ୱର କୁମାର, ୟଶ୍‌ ଦୟାଲ, ଜୋଶ୍‌ ହାଜେଲଉଡ୍‌ ଓ କୃନାଲ ପାଣ୍ଡ୍ୟା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଆର୍‌ସିବିକୁ ସଲ୍ଟ ଓ କୋହଲି ବିସ୍ଫୋରକ ଆରମ୍ଭ ଦେଇଥିଲେ। ଦୁହେଁ ୮.୪ ଓଭରରେ ୯୨ ରନ୍‌ ଯୋଡ଼ିଥିଲେ। ରାଜସ୍ଥାନ ଫିଲ୍ଡରମାନେ ଅନେକ କ୍ୟାଚ୍‌ ହାତଛଡ଼ା କରି ଦୁହିଙ୍କୁ ଯଥେଷ୍ଟ ସହଯୋଗ କରିଥିଲେ। ସଲ୍ଟ ୩୩ ବଲରେ ୫ ଚୌକା ଓ ୬ ଛକା ସହିତ ୬୫ ରନ୍‌ କରି କୁମାର କାର୍ତ୍ତିକେୟଙ୍କ ବଲ୍‌ରେ ଆଉଟ୍‌ ହୋଇଥିଲେ।

ଏହାପରେ ଦେବଦତ୍ତ ପଡିକଲଙ୍କ ସହ ମିଶି କୋହଲି ଅବିଭାଜିତ ଦ୍ୱିତୀୟ ଉଇକେଟରେ ୮୩ ରନ୍‌ ଯୋଡ଼ି ଦଳକୁ ଜିତାଇଥିଲେ। କୋହଲି ୪୫ ବଲରେ ୪ ଚୌକା ଓ ୨ ଛକା ସହ ୬୨ ଓ ପଡିକଲ ୨୮ ବଲରେ ୫ ଚୌକା ଓ ୧ ଛକା ସହ ୪୦ ରନ୍‌ କରି ଅପରାଜିତ ରହିଥିଲେ। ଚଳିତ ଆଇପିଏଲ୍‌ରେ କୋହଲିଙ୍କର ଏହା ତୃତୀୟ ଅର୍ଦ୍ଧଶତକ ଥିଲା। ରାଜସ୍ଥାନ ପକ୍ଷରୁ କାର୍ତ୍ତିକେୟ ଏକମାତ୍ର ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ…

୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍‌ରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍‌ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି…

Watch: ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଭାଙ୍ଗଡ଼ା ନାଚିଲେ ଈଶାନ କିଶନ, କିନ୍ତୁ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଦୁଲିପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହେବା ପରେ ‘ଇଷ୍ଟ ଜୋନ’ (East Zone) ଚାମ୍ପିୟନ…

ହିଟ୍‌ମ୍ୟାନ୍‌ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ

ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri