Posted inଖେଳ

ଶୂନରେ ଆଉଟ୍‌ ହୋଇ ଅନେକ ଲଜ୍ଜାଜନକ ରେକର୍ଡ କଲେ କୋହଲି; ଧୋନୀଙ୍କୁ ବି କାଟିଦେଲେ

ନୂଆଦିଲ୍ଲୀ,୬।୮: ଏକ ବର୍ଷରୁ ଅଧିକ ସମୟ ଧରି ଖରାପ ଫର୍ମ ଜାରି ରଖିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏବେ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ପ୍ରଶଂସକମାନେ ତାଙ୍କଠାରୁ ବହୁତ କିଛି ଆଶା କରିଥିଲେ। ହେଲେ ଗୁରୁବାର ପ୍ରଥମ ଇନିଂସରେ ପଡ଼ିଆକୁ ଓହ୍ଲାଇ ସେ ଜେମ୍ସ ଆଣ୍ଡରସନଙ୍କ ବଲ୍‌ରେ ଆଉଟ୍‌ ହୋଇଯାଇଥିଲେ।ଏହାଦ୍ୱାରା ସେ ଅନେକ ଲଜ୍ଜାଜନକ ରେକର୍ଡ ନିଜ ନାମରେ କରିଛନ୍ତି ଯେଉଁଥିରେ ସେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କୁ ପଛରେ ପକାଇଛନ୍ତି।

ଗୁରୁବାର ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ବିରାଟ ଚେତେଶ୍ୱର ପୂଜାରାଙ୍କ ଉଇକେଟ ଯିବା ପରେ ପଡ଼ିଆକୁ ଓହ୍ଲାଇଥିଲେ। ହେଲେ ଜେମ୍ସ ଆଣ୍ଡରସନଙ୍କ ବଲ୍‌ରେ କୌଣସି ରନ୍‌ ନ କରି ଆଉଟ୍‌ ହୋଇଥିଲେ। ଫଳରେ ସେ ଜଣେ ଭାରତୀୟ ଅଧିନାୟକ ଭାବେ ଟେଷ୍ଟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ଖେଳାଳି ପାଲଟିଛନ୍ତି।

ଏପରି ରହିଛି ତାଲିକା:
୧-ବିରାଟ କୋହଲି-୯ ଥର
୨-ମହେନ୍ଦ୍ର ସିଂହ ଧୋନୀ-୮ ଥର
୩-ଏମ୍‌ଏକେ ପଟୌଦି-୭ ଥର

ଏହାଛଡ଼ା ଟେଷ୍ଟ କ୍ରିକେଟରେ ଇଂଲଣ୍ଡ ବିପକ୍ଷରେ ୬ ଥର ଶୂନରେ ଆଉଟ୍‌ ହୋଇଥିବା ବେଳେ ଅନ୍ୟ ଦଳ ବିରୋଧରେ ୭ ଥର ଆଉଟ୍‌ ହୋଇଛନ୍ତି।

ଅନ୍ତର୍ଜାତୀୟ କ୍ରିକେଟରେ ଆଣ୍ଡରସନଙ୍କ ବଲ୍‌ରୁ ସର୍ବାଧିକ ଥର ଆଉଟ୍‌ ହୋଇଥିବା ଖେଳାଳିମାନଙ୍କ ଭିତରେ ତୃତୀୟ ସ୍ଥାନରେ ଅଛନ୍ତି ବିରାଟ। ମହାନ କ୍ରିକେଟର ସଚିନ ତେନ୍ଦୁଲକର ଏହି ତାଲିକା ଶୀର୍ଷରେ ଅଛନ୍ତି। ସେହିଭଳି ‘ଗୋଲ୍ଡେନ୍‌ ଡକ୍‌’ ଅର୍ଥାତ ପ୍ରଥମ ବଲ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ଭାରତୀୟ ଅଧିନାୟକ ପାଲଟିଛନ୍ତି ବିରାଟ। ସେ ୩ ଥର ସେପରି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri