Posted inଖେଳ

ଶୂନରେ ଆଉଟ୍‌ ହୋଇ ଅନେକ ଲଜ୍ଜାଜନକ ରେକର୍ଡ କଲେ କୋହଲି; ଧୋନୀଙ୍କୁ ବି କାଟିଦେଲେ

ନୂଆଦିଲ୍ଲୀ,୬।୮: ଏକ ବର୍ଷରୁ ଅଧିକ ସମୟ ଧରି ଖରାପ ଫର୍ମ ଜାରି ରଖିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏବେ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ପ୍ରଶଂସକମାନେ ତାଙ୍କଠାରୁ ବହୁତ କିଛି ଆଶା କରିଥିଲେ। ହେଲେ ଗୁରୁବାର ପ୍ରଥମ ଇନିଂସରେ ପଡ଼ିଆକୁ ଓହ୍ଲାଇ ସେ ଜେମ୍ସ ଆଣ୍ଡରସନଙ୍କ ବଲ୍‌ରେ ଆଉଟ୍‌ ହୋଇଯାଇଥିଲେ।ଏହାଦ୍ୱାରା ସେ ଅନେକ ଲଜ୍ଜାଜନକ ରେକର୍ଡ ନିଜ ନାମରେ କରିଛନ୍ତି ଯେଉଁଥିରେ ସେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କୁ ପଛରେ ପକାଇଛନ୍ତି।

ଗୁରୁବାର ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ବିରାଟ ଚେତେଶ୍ୱର ପୂଜାରାଙ୍କ ଉଇକେଟ ଯିବା ପରେ ପଡ଼ିଆକୁ ଓହ୍ଲାଇଥିଲେ। ହେଲେ ଜେମ୍ସ ଆଣ୍ଡରସନଙ୍କ ବଲ୍‌ରେ କୌଣସି ରନ୍‌ ନ କରି ଆଉଟ୍‌ ହୋଇଥିଲେ। ଫଳରେ ସେ ଜଣେ ଭାରତୀୟ ଅଧିନାୟକ ଭାବେ ଟେଷ୍ଟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ଖେଳାଳି ପାଲଟିଛନ୍ତି।

ଏପରି ରହିଛି ତାଲିକା:
୧-ବିରାଟ କୋହଲି-୯ ଥର
୨-ମହେନ୍ଦ୍ର ସିଂହ ଧୋନୀ-୮ ଥର
୩-ଏମ୍‌ଏକେ ପଟୌଦି-୭ ଥର

ଏହାଛଡ଼ା ଟେଷ୍ଟ କ୍ରିକେଟରେ ଇଂଲଣ୍ଡ ବିପକ୍ଷରେ ୬ ଥର ଶୂନରେ ଆଉଟ୍‌ ହୋଇଥିବା ବେଳେ ଅନ୍ୟ ଦଳ ବିରୋଧରେ ୭ ଥର ଆଉଟ୍‌ ହୋଇଛନ୍ତି।

ଅନ୍ତର୍ଜାତୀୟ କ୍ରିକେଟରେ ଆଣ୍ଡରସନଙ୍କ ବଲ୍‌ରୁ ସର୍ବାଧିକ ଥର ଆଉଟ୍‌ ହୋଇଥିବା ଖେଳାଳିମାନଙ୍କ ଭିତରେ ତୃତୀୟ ସ୍ଥାନରେ ଅଛନ୍ତି ବିରାଟ। ମହାନ କ୍ରିକେଟର ସଚିନ ତେନ୍ଦୁଲକର ଏହି ତାଲିକା ଶୀର୍ଷରେ ଅଛନ୍ତି। ସେହିଭଳି ‘ଗୋଲ୍ଡେନ୍‌ ଡକ୍‌’ ଅର୍ଥାତ ପ୍ରଥମ ବଲ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ଭାରତୀୟ ଅଧିନାୟକ ପାଲଟିଛନ୍ତି ବିରାଟ। ସେ ୩ ଥର ସେପରି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri