Posted inଖେଳ

ଗାଙ୍ଗୁଲିଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଲେ କୋହଲି

ମୁମ୍ବାଇ,୧୫।୧୨: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଭାରତୀୟ ଦଳରେ ମତଭେଦ ସୃଷ୍ଟି ହୋଇଛି। ବୁଧବାର ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହି ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ହେବାକୁ ଥିବା ଦିନିକିଆ ସିରିଜରେ ସେ ଚୟନ ପାଇଁ ଉପଲବ୍ଧ ହେବେ ବୋଲି କୋହଲି ସ୍ପଷ୍ଟ ଭାବେ କହିଛନ୍ତି। ଏହାସହ କୋହଲି ମଧ୍ୟ ଦିନିକିଆ ଦଳର ଅଧିନାୟକତ୍ୱରୁ ବଞ୍ଚିତ ହେବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଡିସେମ୍ବର ୮ରେ ଦକ୍ଷିଣ ଆଫ୍ରିକା ପାଇଁ ଭାରତ ଟେଷ୍ଟ ଦଳ ଘୋଷଣା ହେବାର ଦେଢ ଼ଘଣ୍ଟା ପୂର୍ବରୁ ତାଙ୍କୁ ଦିନିକିଆ ଦଳର ଅଧିନାୟକତ୍ୱରୁ ହଟାଇ ଦିଆଯିବା ସମ୍ପର୍କରେ ସୂଚନା ଦିଆଯାଇଥିଲା।
ଟେଷ୍ଟ ଅଧିନାୟକ ବିରାଟ କୋହଲି ଏହା ସ୍ପଷ୍ଟ କରିଛନ୍ତି ଯେ, ଯେତେବେଳେ ମୁଁ ଟି -୨୦ ଅଧିନାୟକତ୍ୱ ଛାଡିଥିଲି, କେହି ମୋତେ ରୋକି ନ ଥିଲେ। ସମସ୍ତେ ଏହାକୁ ଠିକ୍‌ ବୋଲି କହିଥିଲେ। ପରେ ବିସିସିଆଇକୁ କହିଥିଲି ମୁଁ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଜାରି ରଖିବାକୁ ଚାହୁଁଛି। କିନ୍ତୁ ଯଦି ଚୟନକର୍ତ୍ତା ଅନ୍ୟ କାହାକୁ ଉପଯୁକ୍ତ ଭାବନ୍ତି ତେବେ ସେମାନେ ନିଷ୍ପତ୍ତି ନେଇପାରନ୍ତି। କିନ୍ତୁ ଡିସେମ୍ବର ୮ରେ ଭାରତୀୟ କ୍ରିକେଟ ଦଳର ଦିନିକିଆ ଫର୍ମାଟ ପାଇଁ ରୋହିତ ଶର୍ମାଙ୍କୁ ଅଧିନାୟକ ଦାୟିତ୍ୱ ହସ୍ତାନ୍ତର କରାଯାଇଥିଲା। ତାଙ୍କୁ ଦିନିକିଆ ଅଧିନାୟକ ପଦରୁ ହଟାଯିବା ପାଇଁ ପୂର୍ବରୁ କୁହାଯାଇ ନ ଥିଲା ବୋଲି କୋହଲି କହିଛନ୍ତି।
ସୂଚନାଯୋଗ୍ୟ, ଅଧିନାୟକ ପଦରୁ ହଟାଇବା ପରେ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏକ ସାକ୍ଷାତକାରରେ କହିଥିଲେ ଯେ, କୋହଲି ଟି-୨୦ ଅଧିନାୟକତ୍ୱ ଛାଡିବାକୁ କହିଥିଲେ। ମୁଁ ନିଜେ ତାଙ୍କ ସହ କଥା ହୋଇ ଅଧିନାୟକ ପଦ ନ ଛାଡିବାକୁ କହିଥିଲେ। କିନ୍ତୁ ସେ କାର୍ଯ୍ୟଭାର ଯୋଗୁ ଏପରି ନିଷ୍ପତ୍ତି ନେଇଥିଲେ। ଏଥିରେ କୌଣସି ଭୁଲ୍‌ ନାହିଁ, ଜଣେ ଖେଳାଳି ସେ ଦଳର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅଂଶ।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri