Posted inଖେଳ

ଭାରତୀୟ ଦଳ ପାଇଁ ଖୁସି ଖବର

କେପଟାଉନ,୧୦।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ଟେଷ୍ଟ ମଙ୍ଗଳବାର ଠାରୁ କେପଟାଉନରେ ଖେଳାଯିବ। ଏହାପୂର୍ବରୁ ଭାରତୀୟ ଦଳକୁ ଏକ ଖୁସି ଖବର ମିଳିଛି। ତୃତୀୟ ଟେଷ୍ଟ ପାଇଁ ବିରାଟ କୋହଲି ଫିଟ୍‌ ହୋଇଛନ୍ତି। ସେ ସୋମବାର ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏହି ସମୟରେ, ସେ ଫିଟନେସ, ଫର୍ମ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନର ଉତ୍ତର ଦେଇଥିଲେ। ତାଙ୍କର ଫର୍ମ ବିଷୟରେ ଏକ ପ୍ରଶ୍ନ ପଚରାଯାଇଥିଲା। ସେ କହିଥିଲେ, ମୁଁ ଏହା ବିଷୟରେ ଦୀର୍ଘ ଦିନରୁ ଶୁଣୁଛି। ଏହା ପ୍ରଥମ ଥର ନୁହେଁ । ମୁଁ ଦଳ ପାଇଁ ଭଲ ପ୍ରଦର୍ଶନ ଜାରି ରଖିବାକୁ ଚାହୁଁଛ। ବାହାରେ କଣ ଘଟୁଛି । ମୋ ବିଷୟରେ କ’ଣ କୁହାଯାଉଛି ସେ ବିଷୟରେ ମୁଁ ଅଧିକ ଚିନ୍ତା କରେ ନାହିଁ ଏବଂ ମୋର ପ୍ରମାଣ କରିବାର କିଛି ନାହିଁ । ମହମ୍ମଦ ସିରାଜଙ୍କ ଆଘାତକୁ ନେଇ କୋହଲି ଏକ ବଡ ଅପଡେଟ ମଧ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସିରାଜ ଫିଟ ନାହାନ୍ତି। ଆମ ପାଖରେ ଅନେକ ବିକଳ୍ପ ଅଛି। ଏଥିସହିତ ତାଙ୍କ ଫିଟନେସ ବିଷୟରେ ବିରାଟ କହିଛନ୍ତି ଯେ ସେ ଖେଳିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କୋହଲି କହିଛନ୍ତି।
ସୂଚନାଯୋଗ୍ୟ, ପିଠି ଯନ୍ତ୍ରଣା ଯୋଗୁ ବିରାଟ ଜୋହାନ୍ସବର୍ଗ ଟେଷ୍ଟରେ ଖେଳି ନ ଥିଲେ। ତାଙ୍କ ଅନୁପସ୍ଥିତିରେ କେ.ଏଲ ରାହୁଲ ଜୋହାନ୍ସବର୍ଗ ଟେଷ୍ଟର ଅଧିନାୟକ ହୋଇଥିଲେ। ଏହି ଟେଷ୍ଟରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri