Posted inଖେଳ

‘ଉଇ ମିସ୍‌ ୟୁ ଧୋନୀ’ ବ୍ୟାନର ଦେଖି କୋହଲି ଦେଲେ ଏମିତି ପ୍ରତିକ୍ରିୟା

ସିଡନୀ,୮।୧୨:ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଟି -୨୦ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ୬ ଉଇକେଟରେ ଜିତିଥିଲା। ଦ୍ୱିତୀୟ ଟି-୨୦ ମ୍ୟାଚ ବହୁତ ରୋମାଞ୍ଚକର ଥିଲା। ଏହି ମ୍ୟାଚ ସମୟରେ କିଛି ପ୍ରଶଂସକ ମହେନ୍ଦ୍ର ସିଂ ଧୋନୀଙ୍କ ନାଁ ଥିବା ଏକ ବ୍ୟାନର ଦେଖାଇଥିଲେ। ଏହି ବ୍ୟାନରରେ ଉଇ ମିସ୍‌ ୟୁ ଧୋନୀ ଲେଖାଥିଲା। ଏହି ବ୍ୟାନରକୁ ଦେଖି ବିରାଟ କୋହଲି ପ୍ରତିକ୍ରିୟା ପ୍ରକାଶ କରିଥିଲେ, ସୋସିଆଲ ମିଡିଆରେ ତାଙ୍କ ପ୍ରତିକ୍ରିୟା ଭାଇରାଲ ହୋଇଛି।ଏହି ବ୍ୟାନର ଦେଖି ବିରାଟ କୋହଲି ଏକ ଅଙ୍ଗଭଙ୍ଗୀରେ ଉତ୍ତର ଦେଇଥିଲେ- ସେ ଠାରରେ ମୁଁ ବି ମିସ୍‌ କରୁଥିବା କହିଥିଲେ। ବିରାଟ କୋହଲିଙ୍କ ଏହି ପ୍ରତିକ୍ରିୟା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏବଂ ପ୍ରଶଂସକମାନେ ଏହାକୁ ବହୁତ ପସନ୍ଦ କରୁଛନ୍ତି। ପ୍ରାୟ ପ୍ରତ୍ୟେକ ଖେଳାଳିଙ୍କ ସହ ମହେନ୍ଦ୍ର ସିଂ ଧୋନୀଙ୍କର ବହୁତ ଭଲ ସମ୍ପର୍କ ଅଛି। ବିରାଟ କୋହଲିଙ୍କ ସହ ଧୋନୀଙ୍କ ବନ୍ଧନ ଅଧିକ ସ୍ବତନ୍ତ୍ର। ଅଧିନାୟକ ହେବା ପରେ ବିରାଟ କୋହଲି ପଡ଼ିଆରେ ଧୋନୀଙ୍କ ପରାମର୍ଶ ନେଉଥିବାର ଦେଖିବାକୁ ମିଳିଥାଏ। ଏଭଳି ପରିସ୍ଥିତିରେ ଅବସର ଗ୍ରହଣ କରିବା ପରେ ବିରାଟ ମଧ୍ୟ ତାଙ୍କୁ ମିସ୍‌ କରୁଛନ୍ତି। ସୂଚନାଯୋଗ୍ୟ, ମହେନ୍ଦ୍ର ସିଂ ଧୋନୀ ଚଳିତ ବର୍ଷ ଅଗଷ୍ଟ୧୫ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି। ତେବେ ଏହା ପରେ ତାଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସିଜିନରେ ଖେଳୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri