Posted inଖେଳ

‘ଉଇ ମିସ୍‌ ୟୁ ଧୋନୀ’ ବ୍ୟାନର ଦେଖି କୋହଲି ଦେଲେ ଏମିତି ପ୍ରତିକ୍ରିୟା

ସିଡନୀ,୮।୧୨:ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଟି -୨୦ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ୬ ଉଇକେଟରେ ଜିତିଥିଲା। ଦ୍ୱିତୀୟ ଟି-୨୦ ମ୍ୟାଚ ବହୁତ ରୋମାଞ୍ଚକର ଥିଲା। ଏହି ମ୍ୟାଚ ସମୟରେ କିଛି ପ୍ରଶଂସକ ମହେନ୍ଦ୍ର ସିଂ ଧୋନୀଙ୍କ ନାଁ ଥିବା ଏକ ବ୍ୟାନର ଦେଖାଇଥିଲେ। ଏହି ବ୍ୟାନରରେ ଉଇ ମିସ୍‌ ୟୁ ଧୋନୀ ଲେଖାଥିଲା। ଏହି ବ୍ୟାନରକୁ ଦେଖି ବିରାଟ କୋହଲି ପ୍ରତିକ୍ରିୟା ପ୍ରକାଶ କରିଥିଲେ, ସୋସିଆଲ ମିଡିଆରେ ତାଙ୍କ ପ୍ରତିକ୍ରିୟା ଭାଇରାଲ ହୋଇଛି।ଏହି ବ୍ୟାନର ଦେଖି ବିରାଟ କୋହଲି ଏକ ଅଙ୍ଗଭଙ୍ଗୀରେ ଉତ୍ତର ଦେଇଥିଲେ- ସେ ଠାରରେ ମୁଁ ବି ମିସ୍‌ କରୁଥିବା କହିଥିଲେ। ବିରାଟ କୋହଲିଙ୍କ ଏହି ପ୍ରତିକ୍ରିୟା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏବଂ ପ୍ରଶଂସକମାନେ ଏହାକୁ ବହୁତ ପସନ୍ଦ କରୁଛନ୍ତି। ପ୍ରାୟ ପ୍ରତ୍ୟେକ ଖେଳାଳିଙ୍କ ସହ ମହେନ୍ଦ୍ର ସିଂ ଧୋନୀଙ୍କର ବହୁତ ଭଲ ସମ୍ପର୍କ ଅଛି। ବିରାଟ କୋହଲିଙ୍କ ସହ ଧୋନୀଙ୍କ ବନ୍ଧନ ଅଧିକ ସ୍ବତନ୍ତ୍ର। ଅଧିନାୟକ ହେବା ପରେ ବିରାଟ କୋହଲି ପଡ଼ିଆରେ ଧୋନୀଙ୍କ ପରାମର୍ଶ ନେଉଥିବାର ଦେଖିବାକୁ ମିଳିଥାଏ। ଏଭଳି ପରିସ୍ଥିତିରେ ଅବସର ଗ୍ରହଣ କରିବା ପରେ ବିରାଟ ମଧ୍ୟ ତାଙ୍କୁ ମିସ୍‌ କରୁଛନ୍ତି। ସୂଚନାଯୋଗ୍ୟ, ମହେନ୍ଦ୍ର ସିଂ ଧୋନୀ ଚଳିତ ବର୍ଷ ଅଗଷ୍ଟ୧୫ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି। ତେବେ ଏହା ପରେ ତାଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସିଜିନରେ ଖେଳୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri