Posted inଖେଳ

ପନ୍ତଙ୍କୁ କୋହଲି କହିଲେ ‘ଭାରତ ପାଖରେ ବହୁତ ବିକଳ୍ପ ଅଛି’; ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୫।୧୦: ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ୍‌। ପାକିସ୍ତାନ ବିପକ୍ଷରେ ଭାରତ ନିଜର ପ୍ରଥମ ମ୍ୟାଚ୍‌ ଅକ୍ଟୋବର ୨୪ରେ ଖେଳିବ। ଏହା ପୂର୍ବରୁ ଅଧିନାୟକ ବିରାଟ କୋହଲି ଏବଂ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ଏକ ଟିଜର ରିଲିଜ ହୋଇଛି, ଯାହାକି ବେଶ ଭାଇରାଲ ହେଉଛି।

ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଷ୍ଟାର ସ୍ପୋଟ୍ସ ପକ୍ଷରୁ ଭାରତର ଅଭ୍ୟାସ ମ୍ୟାଚ୍‌କୁ ନେଇ ଏକ ପ୍ରମୋ ରିଲିଜ କରାଯାଇଛି। ପ୍ରମୋରେ କୋହଲି ଏବଂ ପନ୍ତ ଦଳ ଚୟନକୁ ନେଇ କଥାବାର୍ତ୍ତା କରୁଛନ୍ତି। ପନ୍ତ ଭାରତ ଏକାଦଶରେ ନିଜର ଚୟନକୁ ନେଇ କୋହଲିଙ୍କୁ ଅନୁରୋଧ କରୁଛନ୍ତି। ଏହାର ଜବାବରେ ତାଙ୍କ ପାଖରେ ବହୁତ ବିକଳ୍ପ ଅଛି ବୋଲି କହୁଛନ୍ତି ବିରାଟ।

ଭିଡିଓ ଆରମ୍ଭ ହେବା ମାତ୍ରେ କୋହଲି କହୁଛନ୍ତି, ଋଷଭ ଟି-୨୦ରେ କେବଳ ଛକା ହିଁ ମ୍ୟାଚ୍‌ ଜିତାଇପାରେ। ପନ୍ତ କୁହନ୍ତି, ଭାଇ ଚିନ୍ତା କରନ୍ତୁ ନାହିଁ, ମୁଁ ସବୁବେଳେ ଅଭ୍ୟାସ କରୁଛି। ମନେ ଅଛି ନା ଭାରତକୁ ଜଣେ ଉଇକେଟକିପର୍‌ ଛକା ମାରି ବିଶ୍ୱକପ୍‌ ବିଜେତା କରାଇଥିଲେ। ଏହାଶୁଣି କୋହଲି କୁହନ୍ତି, ହଁ, ମାହି ଭାଇଙ୍କ ପରେ ସେଭଳି ଉଇକେଟକିପର ଆଜିଯାଏ ମିଳିଲାନି। ଜବାବରେ ପନ୍ତ କୁହନ୍ତି, ଭାଇ, ମୁଁ ଅଛି ନା ଆପଣଙ୍କ କିପର୍‌। କୋହଲି କୁହନ୍ତି, କିପର୍‌ ତ ମୋ ପାଖରେ ବହୁତ ଅଛି, ଅଭ୍ୟାସ ମ୍ୟାଚ୍‌ରେ କିଏ ଖେଳିବ ସେ ବିଷୟରେ ଭାବିବା।

କହିରଖୁଛୁ, ବିଶ୍ୱକପ୍‌ରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଦୁଇଟି ଅଭ୍ୟାସ ମ୍ୟାଚ୍‌ ଖେଳିବ ଭାରତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri