ପୁଣିଥରେ କଳାକାରଙ୍କୁ ପଛରେ ପକାଇଲେ ବିରାଟ

ନୂଆଦିଲ୍ଲୀ,୪ ।୧: ଭ୍ରାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲି ୨୩.୭୭କୋଟି ଆମେରିକୀୟ ଡଲାର ବ୍ରାଣ୍ଡ ମୂଲ୍ୟ ସହ ଲଗାତାର ୪ର୍ଥ ଥର ଲାଗି ୨୦୨୦ରେ ସବୁଠାରୁ ମୂଲ୍ୟବାନ ଭାରତୀୟ ସେଲିବ୍ରଟି ପାଲଟି ଯାଇଛନ୍ତି । ଏହି ସୂଚୀରେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଓ ରଣବୀର ସିଂ । ବ୍ରାଣ୍ଡ ମୂଲାଙ୍କନରେ ନିଜର ନାଁ ରଖିଥିବା ହଫ୍ ଆଣ୍ଡ ଫ୍ଲେପ୍ସ ଗୁୁରୁବାର କହିଛି ୨୦୨୦ ପାଇଁ ଶୀର୍ଷରେ ଥିବ ୧୦ ସର୍ବାଧିକ ମୂଲ୍ୟବାନ ସେଲିବ୍ରିଟିଙ୍କ ସୂଚୀରେ କେବଳ କୋହଲି ହେଉଛନ୍ତି ଫିଲ୍ମ ଉଦ୍ଦ୍ୟୋଗ ବାହାରର ବ୍ୟକ୍ତି । ଆଉ ଏଥିରେ ମାତ୍ର ୨ ଜଣ ମହିଳା ରହିଛନ୍ତି । କରୋନା ମହାମାରୀ ପରେ ବି କୋହଲିଙ୍କ ମୂଲ୍ୟ ୨୩,୭୭କୋଟି ଆମେରିକୀୟ ଡଲାର ରହିଛି । ସେହିପରି ଅକ୍ଷୟ କୁମାରଙ୍କ ବ୍ରାଣ୍ଡ ମୂଲ୍ୟ ୧୩.୮ବୃଦ୍ଧି ସହ ୧୧.୮୯ କୋଟି ଆମେରିକୀୟ ଡଲାର ରହିଛି ଓ ସେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ରଣବୀର ସିଂ ୧୦.୨୯ କୋଟି ଡଲାର ସହ ତୃତୀୟ ସ୍ଥାନରେ ରହିଛନ୍ତି । ହଫ୍ ଆଣ୍ଡ ଫ୍ଲେପ୍ସର ସେଲିବ୍ରିଟି ମୂଲ୍ୟାଙ୍କନ ଅଧ୍ୟୟନର ଷଷ୍ଠ ସଂସ୍କରଣ ଅନୁଯାୟୀ, ୨୦୨୦ରେ ଶୀର୍ଷ ୨୦ଜଣଙ୍କ ମୋଟ ବ୍ରାଣ୍ଡ ମୂଲ୍ୟ ୧ ଅରବ ଆମେରିକୀୟ ଡଲାର ଥିଲା ଯାହା ୨୦୧୯ ତୁଳନାରେ ୫ ପ୍ରତିଶତ କମ୍ । ଏହି ସୂଚୀରେ କରୋଡ ଡଲାରର ମୂଲ୍ୟାଙ୍କନ ସହ ଶାହାରୁଖ ଖାଁ ଚତୁର୍ଥ ସ୍ଥାନରେ ଅଛନ୍ତି । ସେମିତି ଦୀପିକା ପାଦୁକୋନ ୫.୦୪ କୋଟି ଡଲାର ସହ ପଞ୍ଚମରେ ଓ ଆଲିଆ ଭଟ୍ଟ ଷଷ୍ଠ ସ୍ଥାନରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri