Posted inଖେଳ

ଧୋନୀଙ୍କ ଗୋଟିଏ ଉପଦେଶକୁ ମନେ ପକାଇଲେ କୋହଲି

କେପଟାଉନ୍‌,୧୦।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜର ଶେଷ ମ୍ୟାଚ ପୂର୍ବରୁ ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏହି ସମୟରେ ସେ କେପଟାଉନ ଟେଷ୍ଟ ମ୍ୟାଚ୍‌ ପାଇଁ ସମ୍ପୂର୍ଣ୍ଣ ଫିଟ ବୋଲି କହିଥିଲେ। ଏହି ସମୟରେ ରିଷଭ ପନ୍ତଙ୍କ ଖରାପ ସଟ୍‌ ବିଷୟରେ ବିରାଟ କୋହଲିଙ୍କୁ ପଚରାଯାଇଥିଲା, ତା’ପରେ ଉତ୍ତର ଦେବାବେଳେ ସେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗୋଟିଏ ପରାମର୍ଶକୁ ମନେ ପକାଇ ଦେଇଥିଲେ। ସେ କହିଛନ୍ତି, ଧୋନୀଙ୍କ ଗୋଟିଏ ଉପଦେଶ ଆଜି ମଧ୍ୟ ତାଙ୍କ ପାଇଁ କାମ କରୁଛି। ଧୋନୀ ମୋ କ୍ୟାରିୟର ଆରମ୍ଭରେ ମୋତେ ବହୁତ ଭଲ ଉପଦେଶ ଦେଇଛନ୍ତି, ଗୋଟିଏ ଭୁଲ ଏବଂ ଅନ୍ୟଟି ମଧ୍ୟରେ ଅତି କମରେ ୮/୯ ମାସ ଅନ୍ତର ରହିବା ଆବଶ୍ୟକ। ଯଦି ଏହା ଘଟେ ତେବେ ଅନ୍ତର୍ଜାତୀୟ କ୍ରିକେଟରେ କ୍ୟାରିଅର୍‌ ଲମ୍ବା ହୋଇପାରେ। କୌଣସି ଖେଳାଳି ସମାନ ଭୁଲକୁ ପୁନରାବୃତ୍ତି କରିବା ଉଚିତ୍‌ ନୁହେଁ । ତାହା ହିଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଟେ।
ସୂଚନାଯୋଗ୍ୟ, ଭାରତ ଏବଂ ଦକ୍ଷିଣ ଆଫ୍ରିକାର ଦଳ ଜାନୁଆରୀ ୧୧ରୁ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଖେଳିବେ। ବିରାଟ କୋହଲିଙ୍କ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ସ୍ବତନ୍ତ୍ର ହେବ। ସେ ତାଙ୍କ କ୍ୟାରିୟରର ୯୯ତମ ଟେଷ୍ଟ ମ୍ୟାଚ ଖେଳିବେ। ତେଣୁ ସେମାନେ ଏହି ମ୍ୟାଚ ଜିତିବାକୁ ଭାରତ ଚାହୁଁଛନ୍ତି। ଭାରତ ଏହି ମ୍ୟାଚ୍‌ ଜିତି ସିରିଜ୍‌ ଜିତିବାକୁ ଚାହଁିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri