Posted inଖେଳ

ଟି୨୦ ଟିମ୍‌କୁ କାହିଁକି ଫେରିଲେ ବିରାଟ? ରାଇନା କହିଲେ…

ଇନ୍ଦୋର,୧୪।୧: ଭାରତୀୟ କ୍ରିକେଟ ଟିମ୍‌ ଟି୨୦ ବିଶ୍ୱକପ୍‌ ୨୦୨୪ ପୂର୍ବରୁ ଆଫଗାନିସ୍ତାନ ବିପକ୍ଷରେ ଅନ୍ତିମ ଟି୨୦ ସିରିଜ ଖେଳିବ। ସିରିଜ ଲାଗି ଦୀର୍ଘ ୧୪ ମାସର ବ୍ୟବଧାନ ପରେ ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି। ଉଭୟ ଖେଳାଳି ୨୦୨୨ରେ ଇଂଲଣ୍ଡ ବିପକ୍ଷରେ ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପରାଜୟ ପରଠାରୁ ଦଳରୁ ବାଦ୍‌ ପଡ଼ିଥିଲେ। ଏହାପରେ ଅନେକ ଖେଳାଳିଙ୍କୁ ସୁଯୋଗ ମିଳିଥିଲେ ହେଁ ପୁଣିଥରେ ଦୁହେଁ ପ୍ରତ୍ୟାବର୍ତ୍ତନ କରିବାରେ ସଫଳ ହୋଇଛନ୍ତି। ଏମିତିରେ ଭାରତର ପୂର୍ବତନ କ୍ରିକେଟର ସୁରେଶ ରାଇନା କୋହଲି ଟି୨୦ ଟିମ୍‌କୁ କେଉଁ କାରଣରୁ ଫେରିଛନ୍ତି ତାହା କହିଛନ୍ତି।

ରାଇନା କହିଛନ୍ତି, କୋହଲି ଦଳରେ ଥିବା ଯୋଗୁ ୧୯ ମ୍ୟାଚ୍‌ରୁ ୧୭ରେ ବିଜେତା ହୋଇଛି। ଯେତେବେଳେ ଆପଣ ରନ୍‌ ଚେସ୍‌ କରନ୍ତି ସେତେବେଳେ ମୁଣ୍ଡରେ ହିସାବ ଚାଲୁଥାଏ, ଏଥିଲାଗି ଚେସ୍‌ ମାଷ୍ଟର ବିରାଟ କୋହଲିଙ୍କୁ ଦଳକୁ ଅଣାଯାଇଛି।

କୋହଲିଙ୍କୁ କ୍ରିକେଟଜଗତର କିଙ୍ଗ ଅଫ୍‌ ଚେସ୍‌ ନାମରେ ଜଣାଶୁଣା। ଦିନିକିଆ ଏବଂ ଟି୨୦ ଫର୍ମାଟରେ ଲକ୍ଷ୍ୟକୁ ସଫଳତାପୂର୍ବକ ପିଛା କରିବା ଲାଗି ତାଙ୍କ ପାଖରେ ଯୋଗ୍ୟତା ରହିଛି। ତାଙ୍କ ଉତ୍ତରାଧିକାରୀ ଏଯାଏ ଭାରତୀୟ ଟିମ୍‌କୁ ମିଳିନାହିଁ। ଏମିତିରେ କୋହଲିଙ୍କ ଟି୨୦ ବିଶ୍ୱକପ୍‌ରେ ଦଳରେ ରହିଲେ ଖେଳାଳିଙ୍କ ସହ ଭାରତୀୟ ପ୍ରଶଂସକଙ୍କୁ ଭିନ୍ନ ପ୍ରକାର ଆତ୍ମବିଶ୍ୱାସ ଦେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri