Posted inଖେଳ

୫ ମାସ ପରେ ଦଳକୁ ଫେରିଲେ କୋହଲି

ବର୍ମିଂହାମ,୯ା୭: ଖରାପ ଫର୍ମ ଦେଇ ଗତି କରୁଥିବା ବିରାଟ କୋହଲି ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି। ଦୀର୍ଘ ୫ ମାସର ବିରତି ପରେ ଟି-୨୦କୁ ଫେରୁଥିବା କୋହଲିଙ୍କ ପାଇଁ ଏବେ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅନ୍ୟପକ୍ଷେ କୋହଲିଙ୍କ ସ୍ଥାନରେ ଯୁବ ଖେଳାଳି ଦମ୍‌ଦାର ପ୍ରଦର୍ଶନ କରୁଥିବା ବେଳେ ଏହା ତାଙ୍କୁ ଚାପ ସୃଷ୍ଟି କରୁଛି। ହେଲେ ଦ୍ୱିତୀୟ ଟି-୨୦ ମୁକାବିଲାରେ କୋହଲି ଦଳକୁ ଫେରୁଛନ୍ତି। ତାଙ୍କ ଅନୁପସ୍ଥିତିରେ ୩ ନମ୍ବର ସ୍ଥାନରେ ବ୍ୟାଟିଂ କରୁଥିବା ଦୀପକ ହୁଦା ଗତ ଆୟାର୍ଲାଣ୍ଡ ବିପକ୍ଷ ସିରିଜରେ ପ୍ଲେୟର୍‌ ଅଫ ଦ୍‌ ସିରିଜ୍‌ ହୋଇଥିଲେ। ସେହିପରି ଦୁଡା ପ୍ରଥମ ଟି-୨୦ରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ୩୩ ରନ୍‌ର ଇନିଂସ ଖେଳିଛନ୍ତି।

ଏଭଳିସ୍ଥତିରେ ଶେଷ ଥର ପାଇଁ କୋହଲି ଫେବୃୟାରୀରେ ଭାରତ ପାଇଁ ଖେଳିଥିଲେ। ଟି-୨୦ ବିଶ୍ୱକପ ପରେ କୋହଲି ଭାରତ ପାଇଁ ଗୋଟିଏ ବି ଟି-୨୦ ମୁକାବିଲା ଖେଳି ନାହାନ୍ତି। କୋହଲିଙ୍କ ସମେତ ବିଭିନ୍ନ ବରିଷ୍ଠ ଖେଳାଳିଙ୍କୁ ନିୟମିତ ଭାବେ ବିଶ୍ରାମ ଦିଆଯାଉଛି।
ହୁଦାଙ୍କ ପ୍ରଦର୍ଶନକୁ ଦେଖିଲେ ତାଙ୍କୁ ବାଦ ଦେବା ଟିମ୍‌ ମ୍ୟାନେଜମେଣ୍ଟ ପାଇଁ କଷ୍ଟକର ହୋଇପଡିଛି। ଅନ୍ୟପକ୍ଷେ କୋହଲିଙ୍କ ପରି ଷ୍ଟାର ଖେଳାଳିଙ୍କୁ ମଧ୍ୟ ବାହାରେ ରଖିହେବ ନାହିଁ। ତେଣୁ ସେ ଇଶାନ କିଶନଙ୍କ ସ୍ଥାନରେ କୋହଲି ଦଳ ପାଇଁ ଓପନ କରି ପାରନ୍ତି ବୋଲି କୁହାଯାଉଛି। କୋହଲିଙ୍କୁ ଏହି ସିରିଜ୍‌ ପରେ ଓ୍ବେଷ୍ଟଇଣ୍ଡିଜ୍‌ ଟି-୨୦ ସିରିଜ୍‌ ପାଇଁ ମଧ୍ୟ ବିଶ୍ରାମ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri