Posted inଖେଳ

ଘରକୁ ଫେରିଲେ ବିରାଟ କୋହଲି: ଏବେ ସ୍ତ୍ରୀଙ୍କ ସହ ମିଶି କରିବେ ଏହି କାମ

ଆଇପିଏଲ ୨୦୨୧ର ୧୪ତମ ସିଜନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଆଇପିଏଲର ସ୍ଥଗିତାଦେଶ ପରେ ଖେଳାଳିମାନେ ନିଜ ନିଜ ଘରକୁ ଫେରୁଛନ୍ତି। ଏହି କ୍ରମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମଧ୍ୟ ମୁମ୍ବାଇରେ ଥିବା ନିଜ ଘରକୁ ଫେରିଛନ୍ତି। ଏବେ ସେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ମିଶି ସଙ୍କଟ ସମୟରେ ଦେଶକୁ ସାହାଯ୍ୟ କରିବେ। ନିକଟରେ ଅନୁଷ୍କା ତାଙ୍କ ଜନ୍ମଦିନରେ ଏକ ବଡ଼ ଘୋଷଣା କରିଥିଲେ। ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇ ଏକ ଭିଡିଓ ଶେୟାର କରଥିଲେ। ଭିଡିଓରେ ସେ କହିଥିଲେ ଯେ, ଏହି କଠିନ ସମୟରେ ତାଙ୍କ ଜନ୍ମଦିନ ପାଳନ କରିବା ଉଚିତ୍‌ ନୁହେଁ। ଭିଡିଓରେ ଅନୁଷ୍କା ମଧ୍ୟ ତାଙ୍କ ପ୍ରଶଂସକମାନଙ୍କୁ ନିବେଦନ କରିଛନ୍ତି ଯେ, ଏହି ସଙ୍କଟରେ ଦେଶକୁ ଏକଜୁଟ ହୋଇ ସମର୍ଥନ କରନ୍ତୁ। ସେ ଏହା ମଧ୍ୟ ପ୍ରକାଶ କରିଛନ୍ତି ଯେ ବିରାଟ କୋହଲି ଏବଂ ସେ ମିଶି ଦେଶ ପାଇଁ କାର୍ଯ୍ୟ କରୁଛନ୍ତି ଏବଂ ସେମାନେ ଖୁବ ଶୀଘ୍ର ଏହା ବିଷୟରେ ସୂଚନା ବାଣ୍ଟିବେ।
ସୂଚନାଯୋଗ୍ୟ,ଆଇପିଏଲର ସ୍ଥଗିତାଦେଶକୁ ସମସ୍ତ ଦଳ ସ୍ବାଗତ କରିଛନ୍ତି। ତେବେ ଯାତ୍ରା ପ୍ରତିବନ୍ଧକ ହେତୁ ବିଦେଶୀ ଖେଳାଳିମାନେ ନିରାପଦରେ ଘରକୁ ଫେରିବା ପାଇଁ ବିସିସିଆଇର ଆଦେଶକୁ ଅପେକ୍ଷା କରିଛନ୍ତି। ଆମେ ସେମାନଙ୍କୁ ଘରକୁ ପଠାଇବା ଆବଶ୍ୟକ ଏବଂ ଆମେ ଏହା କରିବା ପାଇଁ ଏକ ଉପାୟ ଖୋଜିବୁ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ଏବେ ଆଇପିଏଲର ଅବଶିଷ୍ଟ ମ୍ୟାଚ୍‌ କେବେ, କେଉଁଠାରେ ଏବଂ କିପରି ଖେଳାଯିବ ସେ ସମ୍ବନ୍ଧରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ଏଭଳି ପରିସ୍ଥିତିରେ ଖେଳାଳିମାନେ ମଧ୍ୟ ନିଜ ନିଜ ଘରକୁ ଫେରୁଛନ୍ତି। ଏହି ଏପିସୋଡରେ ଆରସିବି ଅଧିନାୟକ ବିରାଟ କୋହଲି ମଧ୍ୟ ମୁମ୍ବାଇ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri