Posted inଖେଳ

ଘରକୁ ଫେରିଲେ ବିରାଟ କୋହଲି: ଏବେ ସ୍ତ୍ରୀଙ୍କ ସହ ମିଶି କରିବେ ଏହି କାମ

ଆଇପିଏଲ ୨୦୨୧ର ୧୪ତମ ସିଜନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଆଇପିଏଲର ସ୍ଥଗିତାଦେଶ ପରେ ଖେଳାଳିମାନେ ନିଜ ନିଜ ଘରକୁ ଫେରୁଛନ୍ତି। ଏହି କ୍ରମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମଧ୍ୟ ମୁମ୍ବାଇରେ ଥିବା ନିଜ ଘରକୁ ଫେରିଛନ୍ତି। ଏବେ ସେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ମିଶି ସଙ୍କଟ ସମୟରେ ଦେଶକୁ ସାହାଯ୍ୟ କରିବେ। ନିକଟରେ ଅନୁଷ୍କା ତାଙ୍କ ଜନ୍ମଦିନରେ ଏକ ବଡ଼ ଘୋଷଣା କରିଥିଲେ। ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇ ଏକ ଭିଡିଓ ଶେୟାର କରଥିଲେ। ଭିଡିଓରେ ସେ କହିଥିଲେ ଯେ, ଏହି କଠିନ ସମୟରେ ତାଙ୍କ ଜନ୍ମଦିନ ପାଳନ କରିବା ଉଚିତ୍‌ ନୁହେଁ। ଭିଡିଓରେ ଅନୁଷ୍କା ମଧ୍ୟ ତାଙ୍କ ପ୍ରଶଂସକମାନଙ୍କୁ ନିବେଦନ କରିଛନ୍ତି ଯେ, ଏହି ସଙ୍କଟରେ ଦେଶକୁ ଏକଜୁଟ ହୋଇ ସମର୍ଥନ କରନ୍ତୁ। ସେ ଏହା ମଧ୍ୟ ପ୍ରକାଶ କରିଛନ୍ତି ଯେ ବିରାଟ କୋହଲି ଏବଂ ସେ ମିଶି ଦେଶ ପାଇଁ କାର୍ଯ୍ୟ କରୁଛନ୍ତି ଏବଂ ସେମାନେ ଖୁବ ଶୀଘ୍ର ଏହା ବିଷୟରେ ସୂଚନା ବାଣ୍ଟିବେ।
ସୂଚନାଯୋଗ୍ୟ,ଆଇପିଏଲର ସ୍ଥଗିତାଦେଶକୁ ସମସ୍ତ ଦଳ ସ୍ବାଗତ କରିଛନ୍ତି। ତେବେ ଯାତ୍ରା ପ୍ରତିବନ୍ଧକ ହେତୁ ବିଦେଶୀ ଖେଳାଳିମାନେ ନିରାପଦରେ ଘରକୁ ଫେରିବା ପାଇଁ ବିସିସିଆଇର ଆଦେଶକୁ ଅପେକ୍ଷା କରିଛନ୍ତି। ଆମେ ସେମାନଙ୍କୁ ଘରକୁ ପଠାଇବା ଆବଶ୍ୟକ ଏବଂ ଆମେ ଏହା କରିବା ପାଇଁ ଏକ ଉପାୟ ଖୋଜିବୁ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ଏବେ ଆଇପିଏଲର ଅବଶିଷ୍ଟ ମ୍ୟାଚ୍‌ କେବେ, କେଉଁଠାରେ ଏବଂ କିପରି ଖେଳାଯିବ ସେ ସମ୍ବନ୍ଧରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ଏଭଳି ପରିସ୍ଥିତିରେ ଖେଳାଳିମାନେ ମଧ୍ୟ ନିଜ ନିଜ ଘରକୁ ଫେରୁଛନ୍ତି। ଏହି ଏପିସୋଡରେ ଆରସିବି ଅଧିନାୟକ ବିରାଟ କୋହଲି ମଧ୍ୟ ମୁମ୍ବାଇ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri