Posted inଖେଳ

ଗମ୍ଭୀରଙ୍କ ସହ ଆଲିଙ୍ଗନକୁ ନେଇ ଏମିତି କହିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସର କେବଳ ସର୍ବଶ୍ରେଷ୍ଠ ଖେଳାଳି ନୁହଁନ୍ତି, ଅନେକ ଥର ବିବାଦ ମଧ୍ୟ ତାଙ୍କୁ ଘେରି ରହିଛି। ଗୌତମ ଗମ୍ଭୀର ଏବଂ ନବୀନ-ଉଲ-ହକଙ୍କ ସହ ତାଙ୍କର ପଡ଼ିଆ ବିତର୍କ କ୍ରିକେଟ ଜଗତରେ କାହାକୁ ଅଛପା ନାହିଁ। ପୁମା ବ୍ରାଣ୍ଡ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି,ଗୌତମ ଗମ୍ଭୀର ଏବଂ ନବୀନ-ଉଲ-ହକ ସହିତ ତାଙ୍କର ଭଲ ସମ୍ପର୍କ ପୁଣି ଗଢିଉଠିବା ଲୋକଙ୍କୁ ନିରାଶ କରିଛି କାରଣ ତାଙ୍କ ପାଇଁ ଏହି ବିଷୟର ମସଲା ସମାପ୍ତ ହୋଇଛି।
ବିରାଟ କୋହଲି କହିଛନ୍ତି, ମୋର ଆଚରଣରେ ଲୋକମାନେ ନିରାଶ ହେବାକୁ ଲାଗିଲେ। ମୁଁ ନବୀନଙ୍କ ସହ ଆଲିଙ୍ଗନ କଲି, ସେଦିନ ଗୌତମ ଗମ୍ଭୀର ଭାୟ ମଧ୍ୟ ମୋତେ ଆଲିଙ୍ଗନ କଲେ। ତେଣୁ ତୁମର ମସାଲା ଶେଷ ହୋଇଛି। ବିରାଟ କୋହଲି ଏବଂ ନବୀନ-ଉଲ-ହକଙ୍କ ପ୍ରସଙ୍ଗ ଗତ ବର୍ଷ ଆଇପିଏଲରେ ବହୁ ଦୃଷ୍ଟି ଆକର୍ଷଣ କରିଥିଲା, କିନ୍ତୁ ୨୦୨୩ ଦିନିକିଆ କ୍ରିକେଟ ବିଶ୍ୱକପ ସମୟରେ ଦୁହେଁ ପରସ୍ପରକୁ ଆଲିଙ୍ଗନ କରି ନିଜର ମତଭେଦ ଶେଷ କରିଥିଲେ। ଅନ୍ୟପକ୍ଷରେ, ଆଇପିଏଲ ୨୦୨୪ରେ ଆରସିବି ବନାମ ଏଲଏସଜି ମ୍ୟାଚ ପରେ ଗୌତମ ଗମ୍ଭୀର ବିରାଟ କୋହଲିଙ୍କୁ ଆଲିଙ୍ଗନ କରିଥିଲେ, ଯାହା ପରେ ସେମାନଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ବିବାହକୁ ପୂରିନି ମାସେ: ଜୁଲାଇ ୧୨ରେ ବାହାଘର ଅଗଷ୍ଟ ୫ରେ ହତ୍ୟା, ବାହାଘର ନା…

ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ବାହାଘରକୁ ମାତ୍ର ୨୫ ଦିନ ହୋଇଥିବା ବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଛନ୍ତି। କଟକ ଜିଲା ନେମାଳ ଥାନା ଅନ୍ତର୍ଗତ…

ମହିଳା ଥାନାରୁ ଚମ୍ପଟ ମାରିଥିଲେ ବଳାତ୍କାର ଅଭିଯୁକ୍ତ: ବେଙ୍ଗାଲୁରୁରୁ ଗିରଫ

ଭୁବନେଶ୍ୱର,୭।୮: କମିଶନରେଟ ପୋଲିସ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରୁ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଜଳଖିଆ ଖାଇବା ବାହାନାରେ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri