ରୋମାଣ୍ଟିକ୍‌ ହେଲେ କୋହଲି: କହିଲେ, ତୁମେ ମୋ ସହ ଥିଲେ…

ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବେ କ୍ରିକେଟ ପଡ଼ିଆରୁ ଦୂରରେ ଅଛନ୍ତି। ତାଙ୍କୁ ଟି -୨୦ ବିଶ୍ୱକପ -୨୦୨୧ ପରେ ବିଶ୍ରାମ ଦିଆଯାଇଥିଲା। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜରେ ଖେଳି ନ ଥିଲେ। ଏହା ପରେ ସେ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ରୁ ମଧ୍ୟ ବିଶ୍ରାମ ନେଇଥିଲେ। ମୁମ୍ବାଇରେ ହେବାକୁ ଥିବା ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ସେ ଦଳରେ ଯୋଗଦେବେ। ଏହି ସମୟରେ ରବିବାର ସେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ସ୍ତ୍ରୀ ଅନୁଷ୍କା ଶର୍ମା ମଧ୍ୟ ତାଙ୍କ ସହ ବସିଥିବାର ନଜର ଆସିଛନ୍ତି।
ବିରାଟ କୋହଲି ଏହି ଫଟୋର କ୍ୟାପସନରେ ଲେଖିଛନ୍ତି, ତୁମେ ମୋ ସହିତ ଥିଲେ, ମୁଁ ସବୁ ଜାଗାରେ ଘର ଅନୁଭବ କରେ।’ ବିରାଟଙ୍କ ଏହି ଫଟୋକୁ ବହୁତ ପସନ୍ଦ କରାଯାଉଛି। ପୋଷ୍ଟ କରିବାର ପ୍ରାୟ ୧ ଘଣ୍ଟାରେ ୨୦ ଲକ୍ଷରୁ ଅଧିକ ୟୁଜର୍ସ ଏହି ଫଟୋକୁ ପସନ୍ଦ କରିଛନ୍ତି। ଏହି ଫଟୋରେ ଉଭୟ ନଦୀ କୂଳରେ ବସିଥିବାର ନଜର ଆସିଛନ୍ତି। ଏହି ଫଟୋ ଉପରେ ଅନୁଷ୍କା ଶର୍ମା ଏକ ମଜାଳିଆ କମେଣ୍ଟ ଦେଇଛନ୍ତି। ସେ ଲେଖିଛନ୍ତି, ‘ଏହା ଏକ ଭଲ କଥା କାରଣ ତୁମେ କ୍ୱଚିତ୍‌ ଘରେ ରୁହ।’ ଅନୁଷ୍କାଙ୍କ କମେଣ୍ଟକୁ ପ୍ରାୟ ୫୦ ହଜାର ଲୋକ ଲାଇକ କରିଛନ୍ତି।
୩୩ ବର୍ଷୀୟ ବିରାଟ କୋହଲି ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଏହାପୂର୍ବରୁ ସେ ଜିମରେ ବ୍ୟାୟାମ କରୁଥିବା ଏକ ଭିଡିଓ କ୍ଲିପ ମଧ୍ୟ ଶେୟାର କରିଥିଲେ। ୟୁଏଇରେ ଖେଳାଯାଇଥିବା ଟି -୨୦ ବିଶ୍ୱକପରେ ବିରାଟ କୋହଲି ଭାରତୀୟ ଦଳର ଅଧିନାୟକତ୍ୱ ଗ୍ରହଣ କରିଥିବା ଦେଖିବାକୁ ମିଳିଥିଲା। ତେବେ ଟିମ ଇଣ୍ଡିଆ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିପାରି ନ ଥିଲା। ଏହାପରେ ସେ ଏହି ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକତ୍ୱ ଛାଡିବାକୁ ମଧ୍ୟ ଘୋଷଣା କରିଥିଲେ।

 

View this post on Instagram

 

A post shared by Virat Kohli (@virat.kohli)

anushka reply on virat photo


Enter your email to get our daily news in your inbox.

All Right Reserved By Dharitri.Com

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri