Posted inଖେଳ

କୋହଲିଙ୍କ ସ୍ବପ୍ନ ହେଲା ଚୁର୍‌ମାର୍‌: ଦେଲେ ଏଭଳି ପ୍ରତିଶ୍ରୁତି

ଶାରଜା,୧୨।୧୦: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବିପକ୍ଷରେ ଆଇପିଏଲ ଅଧିନାୟକତ୍ୱର ଶେଷ ମ୍ୟାଚ ଖେଳିଛନ୍ତି। ଏହି ଆଇପିଏଲ ସିଜନ ପରେ ସେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ର ଅଧିନାୟକ ପଦରେ ରହିବେ ନାହିଁ ବୋଲି ବିରାଟ କୋହଲି ପୂର୍ବରୁ ଘୋଷଣା କରିଛନ୍ତି। ତାଙ୍କ ଅଧିନାୟକତ୍ୱର ଶେଷ ଆଇପିଏଲ ମ୍ୟାଚରେ କୋହଲି ହୃଦୟ ଭାଙ୍ଗିଥିଲେ। ଆଇପିଏଲ ୨୦୨୧ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ କୋଲକାତା ନାଇଟ ରାଇଡର୍ସ (କେକେଆର୍‌)ଠାରୁ ୪ ଉଇକେଟରେ ପରାସ୍ତ ହୋଇ ଫାଇନାଲ ଦୌଡ଼ରୁ ବାହାରିଛି।
ବିରାଟ କୋହଲି ୭ ବର୍ଷ ଧରି ଆରସିବିର ଅଧିନାୟକ ରହିଆସିଛନ୍ତି, କିନ୍ତୁ ତାଙ୍କ ଅଧିନାୟକତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ ଗୋଟିଏ ବି ଆଇପିଏଲ ଟାଇଟଲ ଜିତି ନାହିଁ। ଟ୍ରଫି ଜିତିବାର ସ୍ବପ୍ନ ଭାଙ୍ଗିବା ପରେ ବିରାଟ କୋହଲି କହିଛନ୍ତି ଯେ, ଯେପର୍ଯ୍ୟନ୍ତ ସେ ଏହି ଆଇପିଏଲରେ ଖେଳିବେ, ସେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳ ସହ ଜଡିତ ହେବେ। ମୁଁ ଦଳରେ ଏଭଳି ସଂସ୍କୃତି ସୃଷ୍ଟି କରିବାକୁ ଚେଷ୍ଟା କରିଛି, ଯେଉଁଥିରେ ଯୁବକମାନେ ଆସି ଆକ୍ରମଣାତ୍ମକ ଖେଳ ପ୍ରଦର୍ଶନ କରିପାରିବେ। ମୁଁ ଭାରତୀୟ ଦଳ ପାଇଁ ମଧ୍ୟ କରିବାକୁ ଚେଷ୍ଟା କରିଛି। ମୁଁ କେବଳ କହିବି ଯେ ମୁଁ ମୋର ୧୨୦ ପ୍ରତିଶତ ଦଳକୁ ଦେଇଛି ଏବଂ ଏହା ପରେ ମଧ୍ୟ ଜଣେ ଖେଳାଳି ଭାବରେ ଦେବି।
ସେ ଆହୁରି ମଧ୍ୟ କହିଛନ୍ତି, ମୁଁ କେବଳ ଆରସିବି ପାଇଁ ଖେଳିବି। ବିଶ୍ୱସ୍ତତା ମୋ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଏହି ଦଳ ସହିତ ମୋର ସହଭାଗିତା ଆଇପିଏଲରେ ମୋର ଶେଷ ଦିନ ପର୍ଯ୍ୟନ୍ତ ଚାଲିବ। ଏହା ସହିତ ବିରାଟ କୋହଲିଙ୍କ ଆଇପିଏଲ ଟ୍ରଫି ଜିତିବାର ସ୍ବପ୍ନ ପୁଣି ଥରେ ଭାଙ୍ଗି ଯାଇଛି। ବିରାଟ ଗତ ୧୩ ବର୍ଷ ଧରି ଏହି ଟ୍ରଫି ଜିତିବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ପ୍ରତ୍ୟେକ ଥର ହାରିଯାଇଛନ୍ତି। ଏହି ଦଳ ମଧ୍ୟ ୩ ଥର ଫାଇନାଲ ଯାତ୍ରା କରିଛି, କିନ୍ତୁ ପ୍ରତ୍ୟେକ ଥର ଅନ୍ୟ ଦଳ ଆରସିବିକୁ ପରାସ୍ତ କରି ଟ୍ରଫି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri