Posted inଖେଳ

IND Vs ENG: ଟିମ ଇଣ୍ଡିଆକୁ ବଡ଼ ଝଟକା, ଟେଷ୍ଟ ସିରିଜରେ କୋହଲିଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆର ତାରକା ବ୍ୟାଟର୍‌ ବିରାଟ କୋହଲି ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ସିରିଜରେ ଗୋଟିଏ ବି ମ୍ୟାଚ ନ ଖେଳିବାର ସମ୍ଭାବନା ବଢିଛି। ପୂର୍ବରୁ ଏଭଳି ରିପୋର୍ଟ ଆସିଥିଲା ଯେ, ବିରାଟ କୋହଲି ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟରେ ଖେଳିପାରନ୍ତି। କିନ୍ତୁ ଇଣ୍ଡିଆନ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ, ବିରାଟ କୋହଲି ପୂରା ସିରିଜରୁ ବାହାରେ ରହିପାରନ୍ତି। ଫେବୃଆରୀ ୯ରେ ଶେଷ ୩ୟ ଟେଷ୍ଟ ପାଇଁ ଟିମ ଇଣ୍ଡିଆ ଘୋଷଣା ହେବାର ସମ୍ଭାବନା ରହିଛି। ତେବେ ବିରାଟ କୋହଲି ମ୍ୟାଚରେ ଉପଲବ୍ଧ ରହିବେ କି ନାହିଁ ବିସିସିଆଇକୁ ଏ ପର୍ଯ୍ୟନ୍ତ ଜଣାଇନାହାଁନ୍ତି।

ସିରିଜର ପ୍ରଥମ ଦୁଇଟି ମ୍ୟାଚ ପାଇଁ ବିରାଟଙ୍କୁ ଟିମ ଇଣ୍ଡିଆରେ ସ୍ଥାନ ମିଳିଥିଲା। କିନ୍ତୁ ବ୍ୟକ୍ତିଗତ କାରଣ ଦର୍ଶାଇ ବିରାଟ ସିରିଜ ଆରମ୍ଭ ପୂର୍ବରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଥିଲେ। ବିରାଟ ପୂର୍ବରୁ ପ୍ରଥମ ଦୁଇଟି ମ୍ୟାଚ ପାଇଁ ନିଜକୁ ଅନୁପଲବ୍ଧ ଘୋଷଣା କରିଥିଲେ। ବର୍ତ୍ତମାନ ପ୍ରକାଶ ପାଇଥିବା ସୂଚନା ଅନୁଯାୟୀ, ବିରାଟ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟରେ ମଧ୍ୟ ଫେରିବେନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଗୋଟିଏ ଦିନ ଖେଳ ଛାଡିଦେବି’, ବିରାଟ କୋହଲିଙ୍କ ଭାବପ୍ରବଣ ବୟାନକୁ ନେଇ ହଇଚଇ

ଯେତେବେଳେ ବିରାଟ କୋହଲି ମନ୍ତବ୍ୟ ଦେଇଥିଲେ ଯେ “ଗୋଟିଏ ଦିନ ଏସବୁ ଶେଷ ହେବ,” ତାଙ୍କର ଅର୍ଥ ଥିଲା ଯେ ଭବିଷ୍ୟତରେ ଏପରି ଏକ ସମୟ ଆସିବ…

୧୯ ଦଫା ଦାବି ନେଇ ଜିଲାପାଳଙ୍କଠାରେ ଫେରାଦ ହେଲେ ଗ୍ରାମବାସୀ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସା ଗ୍ରାମବାସୀ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ନିକଟରେ ଦ୍ୱାରସ୍ଥ ହୋଇଛନ୍ତି। ଓଭର ହେଡ୍‌ ଟାଙ୍କି ମରାମତି ଓ…

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri