Posted inଖେଳ

ବିରାଟ-ଅନୁଷ୍କାଙ୍କ ରୋମାଣ୍ଟିକ୍‌ ଫଟୋ ଉଠାଇଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ଦେଖିଲେ କହିବେ ସାବାସ୍‌

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ସେ ଏହି ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ଗର୍ଭାବସ୍ଥାର ଅନୁଭବକୁ ନିଜ ପ୍ରଶଂସକଙ୍କ ସହ ବେଳେବେଳେ ଶେୟାର ମଧ୍ୟ କରୁଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଆଇପିଏଲରେ ବ୍ୟସ୍ତ ଅଛନ୍ତି। ବିରାଟଙ୍କୁ ଚିୟର କରିବା ପାଇଁ ଅନୁଷ୍କା ଏବେ ୟୁଏଇରେ ଅଛନ୍ତି। ସେ ବିରାଟ ଖେଳୁଥିବା ମ୍ୟାଚ୍‌ ବେଳେ ମଧ୍ୟ ଷ୍ଟାଡିୟମରେ ଉପସ୍ଥିତ ରହୁଛନ୍ତି। ସମୟ ମିଳିଲେ କୋହଲି ଅନୁଷ୍କାଙ୍କୁ ସମୟ ଦେବାକୁ ପଛାଉନାହାନ୍ତି। ରାଜସ୍ଥାନଠାରୁ ବେଙ୍ଗାଲୁରୁ ମ୍ୟାଚ୍‌ ଜିତିବା ପରେ ଅନୁଷ୍କା ସହ ବିରାଟ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଏବି ଡିଭିଲିୟର୍ସଙ୍କ ଦ୍ୱାରା ଉଠାଯାଇଥିବା ଏହି ଫଟୋରେ ବିରୁଷ୍କାଙ୍କୁ ଆରବିୟାନ୍‌ ଗଲ୍ଫରେ ରୋମାଣ୍ଟିକ ଅନ୍ଦାଜ୍‌ରେ ଦେଖିବାକୁ ମିଳିଛି। ଏହି ଫଟୋ ଦୁବାଇସ୍ଥିତ ଆଟଲାଣ୍ଟିକ୍ସ, ଦ ପାମ୍‌ ରିସୋର୍ଟରେ ଉଠାଯାଇଛି। ଏହି ଫଟୋ ଦେଖି ପ୍ରଶଂସକ ଫଟୋଗ୍ରାଫର ଡିଭିଲିୟର୍ସଙ୍କୁ ସାବାସ୍‌ କହିବାକୁ ଭୁଲୁନାହାନ୍ତି। କିଛି ସେଲିବ୍ରିଟି ମଧ୍ୟ ଏହି ଫଟୋକୁ ପ୍ରଶଂସା କରୁଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ବିରାଟ କୋହଲି ଆଗାମୀ ବର୍ଷ ଜାନୁଆରୀରେ ପିତା ହେବେ ବୋଲି ଘୋଷଣା କରିଥିଲେ।

https://www.instagram.com/p/CGfSWf2l_rs/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri