Posted inଖେଳ

ଫଶିଗଲେ ବିରାଟ କୋହଲି

ଲଣ୍ଡନ,୨୯।୭: ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ଏବେ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତ ହେଉଛନ୍ତି। କିନ୍ତୁ ମଝିରେ ମଝିରେ ସେ ବିବାଦରେ ପଡ଼ି ଯାଉଛନ୍ତି। ଏହି ବିବାଦର କାରଣ ହେଉଛି ସୋସିଆଲ ମିଡିଆରେ ତାଙ୍କର ଏକ ପୋଷ୍ଟ। ନିଜ ପୋଷ୍ଟରେ ସେ ଏକ ଘରୋଇ ବିଶ୍ୱବିଦ୍ୟାଳୟର ପ୍ରଚାର କରିଛନ୍ତି। ଏହି ପ୍ରଚାରରେ ସେ ଟୋକିଓରେ ଖେଳୁଥିବା ଅଲିମ୍ପିକ ଖେଳାଳିଙ୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ବିରାଟ କୋହଲିଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଲୋକମାନେ ତାଙ୍କୁ ଟ୍ରୋଲ କରିଛନ୍ତି।
ବିରାଟ କୋହଲିଙ୍କ ଏହି ପୋଷ୍ଟକୁ ବିଜ୍ଞାପନ ମାନକ ପରିଷଦ (ଏଏସସିଆଇ) ର ଆପତ୍ତି ରହିଛି ଏବଂ ଖୁବ ଶୀଘ୍ର ତାଙ୍କୁ ଏଥିପାଇଁ ଏକ ନୋଟିସ୍‌ ପଠାଯାଇପାରେ। କାରଣ କୋହଲିଙ୍କ ପୋଷ୍ଟ ଏଏସସିଆଇର ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରୁଛି। ଏଏସସିଆଇର ନିର୍ଦ୍ଦେଶାବଳୀ ଅନୁଯାୟୀ, ଏହି ପୋଷ୍ଟରେ କୌଣସି ଡିକ୍ଲାମେୟର ନାହିଁ, ଅର୍ଥାତ୍‌ ବିରାଟ ପୋଷ୍ଟରେ କୌଣସି ସୂଚନା ଦେଇ ନାହାଁନ୍ତି ଯେ ଏହା ଏକ ଦେୟଯୁକ୍ତ ବିଜ୍ଞାପନ ଅଟେ। ବିରାଟ କୋହଲି ତାଙ୍କ ପୋଷ୍ଟରେ ଲେଖିଛନ୍ତି, କି ରେକର୍ଡ। ଭାରତର ଅଲିମ୍ପିକ ଖେଳାଳିଙ୍କ ୧୦% ଲଭଲି ପ୍ରଫେସନାଲ ୟୁନିଭରସିଟିର। ମୁଁ ଆଶା କରୁଛି ଶୀଘ୍ର ଏଲପିୟୁ ଏହାର ଛାତ୍ରୀଛାତ୍ରମାନଙ୍କୁ ଭାରତୀୟ କ୍ରିକେଟ ଦଳକୁ ମଧ୍ୟ ପଠାଇବ। ‘ଜୟ ହିନ୍ଦ’। ବିରାଟ କୋହଲିଙ୍କ ପୋଷ୍ଟରେ ଏଏସସିଆଇ ଅଧିକାରୀମାନେ କହିଛନ୍ତି ଯେ ସେମାନେ ଏହି ଘଟଣାର ଅନୁସନ୍ଧାନ କରୁଛନ୍ତି ଏବଂ ଖୁବ ଶୀଘ୍ର ବିରାଟ କୋହଲିଙ୍କଠାରୁ ଉତ୍ତର ମିଳିବ।
ବିରାଟ କୋହଲି ବର୍ତ୍ତମାନ ଡରହମରେ ଅଛନ୍ତି ଏବଂ ସେ ଭାରତୀୟ ଦଳ ସହିତ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତ ହେଉଛନ୍ତି। ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଅଗଷ୍ଟ ୪ରେ ଆରମ୍ଭ ହେବ।

 विराट कोहली ने अपने पोस्ट में लिखा था, 'क्या रिकॉर्ड है. भारत के 10 फीसदी ओलंपिक खिलाड़ी लवली प्रोफेशलन यूनिवर्सिटी से हैं. मुझे उम्मीद है कि LPU जल्द भारतीय क्रिकेट टीम में भी अपने स्टूटेंड्स को भेजेगी. जय हिंद' (विराट कोहली इंस्टाग्राम ग्रैब)


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri